Friday, October 30, 2026
Latestରାଜ୍ୟ

ଆଗକୁ ଆସୁଛି ଏକାସାଙ୍ଗରେ ୩ଟି ଲଘୁଚାପ

ରାଜ୍ୟରେ ଦୁର୍ବଳ ହୋଇଛି ମୌସୁମୀ ପ୍ରବାହ, ଯାହାଫଳରେ ଦିନ ତାପମାତ୍ରା ବଢ଼ିବାରେ ଲାଗିଛି । ଭାଦ୍ରବ ମାସରେ ଅସହ୍ୟ ଗରମ ଅନୁଭୂତ ହୋଇଛି । ୭ ସହରର ଦିନ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି। ୩୬ ଡିଗ୍ରୀ ସେଲସିୟସ ସହ ସବୁଠୁ ଉତ୍ତପ୍ତ ସହର ପାଲଟିଛି ମାଲକାନଗିରି। ଉଚ୍ଚ ତାପମାତ୍ରା ଏବଂ ଆର୍ଦ୍ରତା ପ୍ରଭାବରେ ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଅନୁଭୂତ ହେଉଛି। ଦୁର୍ବଳ ମୌସୁମୀ ଯୋଗୁ ରାଜ୍ୟରେ ଆହୁରି ୪ରୁ ୫ ଦିନ କାଁଭାଁ ବିକ୍ଷିପ୍ତ ବର୍ଷା ହେବ।

ଅନ୍ୟପଟେ ସେପ୍ଟେମ୍ବରରେ ୩ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଗ ଅନୁକୂଳ ରହିଛି । ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଏନେଇ ବରିଷ୍ଠ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ ପୂର୍ବାନୁମାନ କରିଛନ୍ତି । ତେବେ ଏ ନେଇ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ମିଳିନାହିଁ ।

Share

Leave a Reply

Your email address will not be published. Required fields are marked *

thirteen + eleven =