ରାଜ୍ୟ

ଖୋଲିଲା ରାୟଗଡ଼ା ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡି

ରାୟଗଡ଼ା ଅଧିଷ୍ଠାତ୍ରୀ ମା ମଝିଘରିଆଣୀ ମନ୍ଦିରର ଦାନ ହୁଣ୍ଡିରୁ କୋଟିଏରୁ ଊର୍ଦ୍ଧ୍ବ ଟଙ୍କା ମିଳିଛି। ହୁଣ୍ଡିରୁ ନଗଦ ଏକ କୋଟି ୫ ଲକ୍ଷ ୫୨ ହଜାର ୮୪୫ ଟଙ୍କା , ୨ କେଜି ୧୫୦ ଗ୍ରାମ ରୂପା ଓ ୩୦ ଗ୍ରାମ ସୁନା ବାହାରିବା ସହ ୨୩ଟି ବିଦେଶୀ ଓ ଅଚଳ ନୋଟ୍ ବାହାରିଛି।

ମା’ଙ୍କ ପୂଜାର୍ଚ୍ଚନା ପରେ ୬ ମାସ ବ୍ୟବଧାନରେ ରାଜସ୍ବ ବିଭାଗ ଅଧିକାରୀଙ୍କ ଉପସ୍ଥିତରେ ଦାନ ହୁଣ୍ଡି ଖୋଲାଯାଇଥିଲା। କଡା ସୁରକ୍ଷା ମଧ୍ୟରେ ମା’ଙ୍କ ହୁଣ୍ଡି ଟଙ୍କା ଗଣତି ହୋଇଥିଲା। ବିଭିନ୍ନ ସାମାଜିକ ସଂଗଠନର ମହିଳା ମାନେ ଗଣତି କାର୍ଯ୍ଯରେ ନିୟୋଜିତ ହୋଇଥିଲେ।

ହୁଣ୍ଡିରୁ ନଗଦ ଏକ କୋଟି ୫ ଲକ୍ଷ ୫୨ ହଜାର ୮୪୫ ଟଙ୍କା ,୨କେଜି ୧୫୦ ଗ୍ରାମ ରୂପା ଓ ୩୦ ଗ୍ରାମ ସୁନା ବାହାରିବା ସହ ୨୩ଟି ବିଦେଶୀ ଓ ଅଚଳ ନୋଟ୍ ବାହାରିଛି। ସଂଗ୍ରହ ସମସ୍ତ ଅର୍ଥ ଓ ସୁନା ରୂପା ମନ୍ଦିର ପରିସରରୁ ମଝିଘରିଆଣୀ ଟ୍ରଷ୍ଟର ସ୍ବତନ୍ତ୍ର ବସରେ ରାୟଗଡା ୟୁନିୟନ୍ ବ୍ୟାଙ୍କ କୁ ସ୍ଥାନାନ୍ତର କରାଯାଇଛି।

ଏହି ଗଣତି ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନର ପ୍ରାୟ ୨୫୦ ଜଣ ମହିଳା ସାମିଲ ହୋଇଥିଲେ। ଦାନ ହୁଣ୍ଡିରୁ ବାହାରି ଥିବା ଅର୍ଥ ମନ୍ଦିରର ଉନ୍ନତି, ପରିଚାଳନା ସହ ବିଭିନ୍ନ ସାମାଜିକ କାର୍ଯ୍ୟରେ ଖର୍ଚ୍ଚ ହେବ ବୋଲି ମନ୍ଦିର ପରିଚାଳନା ଟ୍ରଷ୍ଟର ସଭାପତି ସୂଚନା ଦେଇଛନ୍ତି।

Share

Leave a Reply

Your email address will not be published. Required fields are marked *

15 + one =