୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି, ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
ନୂଆଦିଲ୍ଲୀ: ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ରିଟର୍ଣ୍ଣିଂ ଅଫିସର ନିଯୁକ୍ତି ଲାଗି ପ୍ରସ୍ତାବ ମାଗିଲେ ନିର୍ବାଚନ କମିଶନ । ଓଡ଼ିଶା ସମେତ ୧୦ ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ବାଚନ କମିଶନଙ୍କ ଚିଠି । ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ମହାରାଷ୍ଟ୍ରର ୭, ତାମିଲନାଡୁ ଓ ବିହାରର ୬, ପଶ୍ଚିମବଙ୍ଗର ୫ଟି ଆସନ ଖାଲି ହେବ । ସେହିପରି ଆସାମର ୩, ତେଲଙ୍ଗାନା, ଛତିଶଗଡ଼ ଓ ହରିୟାଣାର ୨ଟି ଆସନ, ଓଡ଼ିଶାର ୪ଟି ଓ ହିମାଚଳ ପ୍ରଦେଶର ଗୋଟିଏ ଆସନ ଖାଲି ହେବାର ଅଛି । ଆସନ୍ତା ଏପ୍ରିଲ ୨ ତାରିଖରେ ସରୁଛି ଓଡ଼ିଶାର ୪ ସାଂସଦଙ୍କ କାର୍ଯ୍ୟକାଳ । ଉପରୋକ୍ତ ଖାଲି ପଦବୀ ପୂରଣ କରିବା ପାଇଁ, ଉପଯୁକ୍ତ ସମୟରେ ସମ୍ପୃକ୍ତ ରାଜ୍ୟରୁ ରାଜ୍ୟ ପରିଷଦ ପାଇଁ ଦ୍ବିବାର୍ଷିକ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ସେଥିପାଇଁ ସଜବାଜ ହୁଅନ୍ତୁ ବୋଲି କମିଶନ କହିଛନ୍ତି
ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଇଛି ରାଜ୍ୟସଭା ନିର୍ବାଚନ । ସେଥିପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ କରି ଦେଇଛନ୍ତି ନିର୍ବାଚନ କମିଶନ । ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନଙ୍କ ନିକଟକୁ ଚିଠି ଲେଖି ପ୍ରସ୍ତୁତି ଆରମ୍ଭ କରିବାକୁ ଜାତୀୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଚିଠିରେ ଉଲ୍ଲେଖ ରହିଛି କି ବିଭିନ୍ନ ରାଜ୍ୟସଭା ନିର୍ବାଚନ ନିମନ୍ତେ RO, ARO ନିଯୁକ୍ତି ପାଇଁ ପ୍ରସ୍ତାବ, ମତଦାନ ପ୍ଲାନ ଏବଂ ଭୋଟ ବାକ୍ସର ପ୍ରକାରକୁ ପ୍ରସ୍ତୁତ କରିବା ନିମନ୍ତେ ।

