ଜାତୀୟ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ଶାହା

ଶାହଙ୍କ ଗସ୍ତରୁ ବଡ଼ ସିଗନାଲ୍ । ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । କଟକ ମୁଣ୍ଡଳୀସ୍ଥିତ CISFର ୫୭ତମ ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦବୋଧନ ଦେବେ ।  ଏହାପରେ ପାରଦୀପ ଗସ୍ତ କରିବେ।  ସେଠାରେ ଦିନ ୧ଟା ୪୫ ମିନିଟରେ ସଲଫ୍ୟୁରିକ ଏସିଡ ପ୍ଲାଣ୍ଟର ଲୋକାର୍ପଣ କରିବେ ।  ପାରରଦୀପରେ କାର୍ୟ୍ୟକ୍ରମ ସାରି ଭୁବନେଶ୍ବର ଫେରିବେ ଗୃହ ମନ୍ତ୍ରୀ ।  ଭୁବନେଶ୍ୱରରେ ଜାତୀୟ ଫୋରେନସିକ୍ ସାଇନ୍ସ ୟୁନିଭର୍ସିଟି (NFSU) ର ସ୍ଥାୟୀ କ୍ୟାମ୍ପସ ପାଇଁ ଶିଳାନ୍ୟାସ କରିବେ ।

ଏହା ସହିତ ଏହାର ଅସ୍ଥାୟୀ କ୍ୟାମ୍ପସକୁ ମଧ୍ୟ ଉଦଘାଟନ କରିବେ । ଏହି ବିଶ୍ୱବିଦ୍ୟାଳୟ ପାଇଁ ଓଡ଼ିଶା ସରକାର ୪୦ ଏକର ଜମି ଯୋଗାଇ ଦେଇଛନ୍ତି ।  ସେ କେନ୍ଦ୍ରୀୟ ଫୋରେନସିକ୍ ସାଇନ୍ସ ଲାବୋରେଟୋରୀ (CFSL) ର ମଧ୍ୟ ଭୂମି ପୂଜନ କରିବେ । ଭୁବନେଶ୍ୱରରେ ନୂଆ ନ୍ୟାୟ ସଂହିତା ଉପରେ ଏକ ପ୍ରଦର୍ଶନୀର ଉଦଘାଟନ କରିବା ସହ ଏକ ମୋବାଇଲ୍ ଫୋରେନସିକ୍ ଭ୍ୟାନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ ।  ଏହା ସହ ଭର୍ଚୁଆଲ୍ ମାଧ୍ୟମରେ ଅନେକ ନୂଆ ଥାନା ବିଲଡିଂର ଉଦଘାଟନ କରିବେ । ଏହି ଅବସରରେ IIT ଭୁବନେଶ୍ୱର ଏବଂ ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟ ସହ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହେବ ।

Share

Leave a Reply

Your email address will not be published. Required fields are marked *

eighteen − 8 =