ପୁରୀ ଯାଉଥିଲେ ଜାଣିରଖ
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ସନ୍ଧ୍ୟା ୬ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ଅର୍ଥାତ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

