ରାଜ୍ୟ

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୁନ୍ଦରଗଡ଼ ଜିଲ୍ଲା ରାଉରକେଲାରେ ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ରାଷ୍ଟ୍ରପତିଙ୍କ ଦିନିକିଆ ଗସ୍ତକୁ ନଜରରେ ରଖି କଟକଣା ଜାରି କରିଛନ୍ତି ଜିଲ୍ଲାପାଳ। ବିମାନବନ୍ଦର ଅଂଚଳ, ଟ୍ରାଇବାଲ ମ୍ୟୁଜିୟମ, ସର୍କିଟ ହାଉସ ସମେତ ମହାମହିମଙ୍କ ଗସ୍ତ ଥିବା ଅଂଚଳରେ ନୋ ଡ୍ରୋନ ଜୋନ୍ ବା ନୋ ଫ୍ଲାଇଂ ଜୋନ ଘୋଷଣା କରାଯାଇଛି । ସେସବୁ ଅଂଚଳରେ ଡ୍ରୋନ ବା ବିମାନ ଉଡାଣ କରିପାରିବ ନାହିଁ । ଏହି କଟକଣା ଆଗାମୀ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ଲାଗୁ ରହିବ ।

Share

Leave a Reply

Your email address will not be published. Required fields are marked *

13 − seven =