ରାଜ୍ୟ

ରାଜ୍ୟରେ ଅସହ୍ୟ ଜାରି ରହିଛି ତାତି

ରାଜ୍ୟରେ ଅସହ୍ୟ ତାତି ଜାରି ରହିଛି। ପ୍ରଚଣ୍ଡ ଖରାରେ ଘରୁ ପଦାକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେବା ଭଳି ଲାଗୁଛି। ଉପକୂଳରେ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। କେତେକ ସ୍ଥାନରେ ତାପମାତ୍ରା ହ୍ରାସ ପାଇଥିବାବେଳେ ଆଉ କିଛି ଅଞ୍ଚଳରେ ପାରଦ ଉପରମୁହାଁ ହୋଇଛି। ଶୁକ୍ରବାର ଝାରସୁଗୁଡ଼ାରେ ୪୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବା ସମ୍ଭାବନା ନାହିଁ। ଏହା ପରେ ୨-୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ। ଅସହ୍ୟ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଥିବା ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ‌

ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ପାଖାପାଖି ୪ ଡିଗ୍ରୀ ପର୍ଯ୍ୟନ୍ତ କମିଛି। ଅନ୍ୟପକ୍ଷରେ ଦକ୍ଷିଣ ଓଡ଼ିଶାର ଜିଲାଗୁଡ଼ିକର କିଛି ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ବାଭାବିକଠାରୁ ୨-୩ ଡିଗ୍ରୀ ଅଧିକ ରହିଛି। ପଶ୍ଚିମ ଓଡ଼ିଶାରେ ତାତି ଅପରିବର୍ତ୍ତିତ ରହିଛି। ଆଗାମୀ ୩୦ ତାରିଖ ପର୍ଯ୍ୟନ୍ତ ଉପକୂଳରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ନ ଛୁଇଁଲେ ବି ଆର୍ଦ୍ରତା ଯୋଗୁଁ ଗୁଳୁଗୁଳି ଅନୁଭୂତ ହେବ। ଶୁକ୍ରବାର ୧୮ ସହରର ତାପମାତ୍ରା ୪୦ ଡିଗ୍ରୀ ଓ ୬ ସହରର ତାପମାତ୍ରା ୪୩ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡ଼ାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଟିଟିଲାଗଡ଼ରେ ୪୪ ଡିଗ୍ରୀ ଛୁଇଁଛି ପାରଦ। ଅନ୍ୟପକ୍ଷରେ ସମ୍ବଲପୁରରେ ୪୩.୬, ହୀରାକୁଦରେ ୪୩.୪, ଅନୁଗୋଳରେ ୪୩.୧, ବଲାଙ୍ଗୀରରେ ୪୩, ସୋନପୁରରେ ୪୨.୮, ସୁନ୍ଦରଗଡ଼,
ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବହୁ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାର କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ। ଏଥିପାଇଁ ଏହି ଜିଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓଡ଼ିଶାର ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Share

Leave a Reply

Your email address will not be published. Required fields are marked *

1 × one =