ରାଜ୍ୟ

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୩ ଦଶମିକ ୩୯ ଫୁଟରେ ପହଞ୍ଚିଛି । ଉପରମୁଣ୍ଡରୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୧୦ ହଜାର ୨୦୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବାବେଳେ, ଜଳଭଣ୍ଡାରରୁ ୧ ଲକ୍ଷ ୮୬ ହଜାର ୧୩୩ କ୍ୟୁସେକ୍ ଜଳ ନିଷ୍କାସନ କରାଯାଉଛି । ଜଳଚାପକୁ ନିୟନ୍ତ୍ରଣରେ ରଖିବା ପାଇଁ ବର୍ତ୍ତମାନ ୧୦ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ଛଡ଼ାଯାଉଛି । ହୀରାକୁଦରୁ ଜଳ ନିଷ୍କାସନ ଜାରି ଥିବାରୁ ମହାନଦୀ ଓ ଏହାର ଶାଖାନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ତଳିଆ ଅଞ୍ଚଳର ଜିଲ୍ଲା ପ୍ରଶାସନକୁ ସଜାଗ ରହିବାକୁ କୁହାଯାଇଛି ।

ସୂଚନା ଯୋଗ୍ୟ, ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇ ୧୦ଟି ସ୍ଲୁଇସ ଗେଟ ଖୋଲା ଯାଇଥିଲା ଓ ଗତ ୧୪ ତାରିଖରେ ସମସ୍ତ ଗେଟକୁ ବନ୍ଦ କରି ଦିଆଯାଇଥିଲା । ପୁଣିଥରେ ଗତ ୧୯ ତାରିଖରେ ୪ଟି ଓ ମଙ୍ଗଳବାର ପୁଣି ୪ଟି ମିଶି ମୋଟ ୮ଟି ସ୍ଲୁଇସ ଗେଟ ଜରିଆରେ ହୀରାକୁଦ ଜଳଭଣ୍ଡାରରୁ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି ।

Share

Leave a Reply

Your email address will not be published. Required fields are marked *

thirteen + three =