ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ । ଘୋଷଣା କଲେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି । ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ଆଜି ନିଜ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଆଜି ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ସରକାରୀ ବାସଭବନରେ ଭେଟି ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ପ୍ରଦର୍ଶନ କରିଥିଲେ ଜ୍ୟୋତିର୍ମୟୀ । ସଫଳତା ପଛରେ ଥିବା ତାଙ୍କ କଠିନ ପରିଶ୍ରମ ଓ ଅଧ୍ୟବସାୟ ବିଷୟରେ ବର୍ଣ୍ଣନା କରିଥିଲେ । ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ବୋଲି କହିଥିଲେ ।
ନୂଆ ପିଢିର କଣ୍ଠଶିଳ୍ପୀଙ୍କ ପାଇଁ ଜ୍ୟୋତିର୍ମୟୀ ଏକ ପ୍ରେରଣା ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ଜ୍ୟୋତିର୍ମୀଙ୍କ ପାଇଁ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ଜ୍ୟୋତିର୍ମୟୀ ତାଙ୍କ ସଙ୍ଗୀତ ପ୍ରତିଭାକୁ ଚିକିତ୍ସା କ୍ଷେତ୍ରରେ ମଧ୍ୟ ଉପଯୋଗ କରୁଛନ୍ତି । ରାଜ୍ୟର ଅନେକ କ୍ୟାନସର ହସ୍ପିଟାଲରେ ମ୍ୟୁଜିକ୍ ଥେରାପିରେ ସହାୟତା କରିଛନ୍ତି ।

