ଜାତୀୟ

୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଜାରୀ ରହିବ PM କିଷାନ ଯୋଜନା

କୃଷକମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାକୁ ଆଉ ପାଞ୍ଚ ବର୍ଷ ପାଇଁ ସମ୍ପ୍ରସାରଣ କରାଯାଇଛି। ଫଳରେ ୨୦୨୬-୨୭ ରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଏହି ଯୋଜନା ଜାରି ରହିବ ଏବଂ ଏଥିପାଇଁ ୩.୧୫ ଲକ୍ଷ କୋଟି ଟଙ୍କା ବ୍ୟୟବରାଦକୁ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି।

କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ଏହି ନିଷ୍ପତ୍ତି ଦ୍ୱାରା ଯୋଗ୍ୟ କୃଷକ ପରିବାରଗୁଡ଼ିକୁ ନିରବଚ୍ଛିନ୍ନ ଭାବେ ଆର୍ଥିକ ସହାୟତା ମିଳିପାରିବ। ଫେବୃଆରୀ ୨୦୧୯ରେ ଆରମ୍ଭ ହୋଇଥିବା ଏହି ଯୋଜନା ଅଧୀନରେ ପ୍ରତ୍ୟେକ ଯୋଗ୍ୟ ଚାଷୀ ପରିବାରକୁ ବାର୍ଷିକ ୬,୦୦୦ ଟଙ୍କା ତିନୋଟି ସମାନ କିସ୍ତିରେ ଦିଆଯାଉଛି। ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର (DBT) ମାଧ୍ୟମରେ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଏହି ଅର୍ଥ ହସ୍ତାନ୍ତର କରାଯାଉଛି, ଯାହାକି ସ୍ୱଚ୍ଛତା ଏବଂ ଡିଜିଟାଲ ଇଣ୍ଡିଆର ଏକ ବଳିଷ୍ଠ ଉଦାହରଣ ଅଟେ।

Share

Leave a Reply

Your email address will not be published. Required fields are marked *

seven − four =