ରାଜ୍ୟ

୧୩ ତାରିଖରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

୧୩ ତାରିଖରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ସଂଲଗ୍ନ ବାଂଲାଦେଶ-ପଶ୍ଚିମବଙ୍ଗ ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ସମାନ ଅଞ୍ଚଳରେ ୧୩ ତାରିଖରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଉତ୍ତର ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଜିଲ୍ଲାମାନଙ୍କରେ ଆଜି ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ପାଣିପାଗ ବିଭାଗର ଆକଳନ ଅନୁସାରେ ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ନୟାଗଡ଼, ଯାଜପୁର, ଢେଙ୍କାନାଳ, ଗଞ୍ଜାମ, ଅନୁଗୋଳ, ଦେବଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷାର ପ୍ରଭାବ ରହିପାରେ । ଉତ୍ତର ଓଡ଼ିଶାରେ ବର୍ଷା ସହ ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ମଧ୍ୟମରୁ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।

ସେହିପରି ଦ୍ୱୈତ ସହର ଭୁବନେଶ୍ୱର ଓ କଟକ ପାଇଁ ମଧ୍ୟ ରହିଛି ବର୍ଷାର ସତର୍କତା । ଆଜି ଅପରାହ୍ନ ୧୨ଟାରୁ ସନ୍ଧ୍ୟା ୭ଟା ମଧ୍ୟରେ ଉଭୟ ସହରରେ ତୀବ୍ର ବୃଷ୍ଟିପାତର ସମ୍ଭାବନା ରହିଛି ।  ଏଭଳି ସ୍ଥିତିରେ ଅତ୍ୟଧିକ ବର୍ଷା ହେଲେ ରାସ୍ତାଘାଟରେ ପାଣି ଜମିବା, ଟ୍ରାଫିକ୍‌ ସମସ୍ୟା ଏବଂ ତଳିଆ ଅଞ୍ଚଳରେ ଜଳବନ୍ଦୀ ଭଳି ସମସ୍ୟା ଦେଖାଦେଇପାରେ । ତେଣୁ ଆବଶ୍ୟକ ନଥିଲେ ତୀବ୍ର ବର୍ଷା ସମୟରେ ବାହାରକୁ ନଯିବା ଏବଂ ପାଣିପାଗ ବିଭାଗର ପରବର୍ତ୍ତୀ ସୂଚନା ଉପରେ ନଜର ରଖିବା ଜରୁରୀ । ଏବେ ନଜର ରହିଛି ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଉପରେ ।

Share

Leave a Reply

Your email address will not be published. Required fields are marked *

nineteen − 3 =