ରାଜ୍ୟ

ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଆସୁଛନ୍ତି ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ । ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡ଼ିଶା ଗସ୍ତରେ ଆସିବେ । ଏଥିପାଇଁ ଆଜି ବସୁଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ପାଇଁ ଆଜି ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ କରାଯିବ ।

ଲୋକସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସଛି । ୨୫ରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ୨୮ରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା, ଯାତାୟାତ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କରାଯିବ ।

Share

Leave a Reply

Your email address will not be published. Required fields are marked *

two × 3 =