Thursday, October 29, 2026
ରାଜ୍ୟ

ବର୍ଷା ପାଇଁ ଆଜି ମଧ୍ୟ ସ୍କୁଲ ଛୁଟି

ଦୁର୍ବଳ ହେଲା ବାତ୍ୟା ‘ଅର୍ଣ୍ଣବ’ । ବାତ୍ୟା ‘ଅର୍ଣ୍ଣବ’ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରି ଏହା ଦକ୍ଷିଣ ଓଡ଼ିଶା, ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଛତିଶଗଡ଼ ଏବଂ ଉତ୍ତର-ପୂର୍ବ ତେଲେଙ୍ଗାନାର ସଂଲଗ୍ନ ଅଞ୍ଚଳ ଉପରେ ରହିଛି ।
ସେପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ନିର୍ଦ୍ଦେଶନାମାକୁ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ସୁବର୍ଣ୍ଣପୁର ଜିଲ୍ଲା ଶିକ୍ଷା ଅଧିକାରୀ (DEO)ଙ୍କୁ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କ ପକ୍ଷରୁ କୁହାଯାଇଛି ।

ସେହିପରି କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ଆଜି ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ ରହିଛି । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ପ୍ରାଥମିକ, ଉଚ୍ଚପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ଛାତ୍ରଛାତ୍ରୀଙ୍କ ପାଇଁ ଛୁଟି ରହିଥିଲେ ମଧ୍ୟ ସ୍କୁଲର ଶିକ୍ଷକ ଏବଂ କର୍ମଚାରୀମାନେ ନିୟମିତ ବିଦ୍ୟାଳୟରେ ଉପସ୍ଥିତ ରହି ଜରୁରୀକାଳୀନ କିମ୍ବା ବାକିଥିବା ଦାୟିତ୍ୱ ସମ୍ପାଦନ କରିବେ ।

ସେପଟେ ଅର୍ଣ୍ଣବ ପ୍ରଭାବରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ୮ ଜିଲ୍ଲା ହେଉଛି: ନୂଆପଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ଼, କେଉଁଝର, ମୟୂରଭଞ୍ଜ ଓ ବାଲେଶ୍ବର ।

Share

Leave a Reply

Your email address will not be published. Required fields are marked *

8 − eight =