ରାଜ୍ୟ

ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ

ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। ରାଜ୍ୟ ସରକାର ୪ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଆଜି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୫ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗର ଓଏସଡି (OSD) ଭାବେ ନିଯୁକ୍ତି ଦିଆଯାଇଛି। ସେ ପୂର୍ବରୁ ଓଡ଼ିଶା ବନ ଉନ୍ନୟନ ନିଗମ (OFDC) ର ଅଧ୍ୟକ୍ଷ ଏବଂ କେବିକେର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଉଥିଲେ। 

ସେହିପରି ୨୦୦୨ ବ୍ୟାଚର ଆଇଏଏସ ଅଧିକାରୀ ଗିରିଶ ଏସ.ଏନ.ଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ସଚିବ ଭାବେ ନିଯୁକ୍ତ କରାଯାଇଛି। ଏହା ପୂର୍ବରୁ ସେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିଲେ। ସ୍ୱାସ୍ଥ୍ୟ ସଚିବ ଭାବେ କାର୍ଯ୍ୟ କରୁଥିବା ଅଶ୍ୱତୀ ଏସ. (୨୦୦୩ ବ୍ୟାଚ)ଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି। ତେବେ ସେ SITI-Odisha ର ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ଜାରି ରଖିବେ। ଅନ୍ୟପଟେ କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ରୂପା ମିଶ୍ର (୨୦୦୪ ବ୍ୟାଚ)ଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର କମିଶନର ତଥା ସଚିବ ଭାବେ ନିଯୁକ୍ତି ମିଳିଛି। ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ପରିବର୍ତ୍ତନ କରାଯାଇଥିବା ସରକାରୀ ବିଜ୍ଞପ୍ତିରେ କୁହାଯାଇଛି।

Share

Leave a Reply

Your email address will not be published. Required fields are marked *

2 + eight =