ରାଜ୍ୟ

ପୁଣି ବଢିଲା ବାତ୍ୟା ଭୟ

୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବଙ୍ଗୋପସାଗର ରେ ବାତ୍ୟା ସମ୍ଭାବନା । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୧୬ ତାରିଖ ସନ୍ଧ୍ୟା ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଆସନ୍ତାକାଲି ସୁଦ୍ଧା ଆହୁରି ସ୍ପଷ୍ଟ ଚିହ୍ନିତ ହେବା ସମ୍ଭାବନା, ୧୫ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି ।

ବଙ୍ଗୋପସାଗରରେ ପୁଣି ଏକ ନୂଆ ପାଣିପାଗ ବ୍ୟବସ୍ଥା ଘନୀଭୂତ ହେବାକୁ ଯାଉଛି । ତେବେ ସବୁଠାରୁ ବଡ଼ ପ୍ରଶ୍ନ, ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ? ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ରାଜ୍ୟରେ ଆସନ୍ତା କିଛି ଦିନ ପାଗ ମୁଖ୍ୟତଃ ଶୁଖିଲା ରହିବ । ନଭେମ୍ବର ୧୯ ସକାଳ ପର୍ଯ୍ୟନ୍ତ ଓଡ଼ିଶାରେ ବଡ଼ ଧରଣର ବର୍ଷା ସମ୍ଭାବନା ଦର୍ଶାଯାଇନାହିଁ । ଲଘୁଚାପ ଘନୀଭୂତ ହେଲେ ମଧ୍ୟ ରାଜ୍ୟ ଉପରେ ତତ୍କାଳ କୌଣସି ବଡ଼ ପ୍ରଭାବ ଆଶଙ୍କା କରାଯାଉନାହିଁ ।

ଏହି ପାଣିପାଗ ବ୍ୟବସ୍ଥା ପ୍ରଭାବରେ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ହେବା ଆଶଙ୍କାରେ ଆଣ୍ଡାମାନ ସାଗର, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ନଭେମ୍ବର ୧୭ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ମାଛ ଧରିବାକୁ ନଯିବା ପାଇଁ ସତର୍କ କରାଯାଇଛି ।

Share

Leave a Reply

Your email address will not be published. Required fields are marked *

four + 20 =