Business

କାନାରା ରୋବେକୋ ଆସେଟ ମ୍ୟାନେଜମେଂଟ କମ୍ପାନି ଲିମିଟେଡର ଇନିସିଆଲ ପବ୍ଳିକ୍ ଅଫର ୨୦୨୫ ଅକ୍ଟୋବର ୯, ଗୁରୁବାର ଖୋଲିବ

ଭୁବନେଶ୍ୱର: କାନାରା ରୋବେକୋ ଆସେଟ ମ୍ୟାନେଜମେଂଟ କମ୍ପାନି ଲିମିଟେଡର ଇକ୍ୱିଟି ସେୟାରର ଇନିସିଆଲ ପବ୍ଲିକ୍ ଅଫରିଂ ୨୦୨୫ ଅକ୍ଟୋବର ୯ ଗୁରୁବାର ଦିନ ଖୋଲିବ । ଆଙ୍କର ନିବେଶକମାନେ ଗୋଟିଏ କାର୍ଯ୍ୟଦିବସ ପୂର୍ବରୁ ୨୦୨୫ ଅକ୍ଟୋବର ୮, ବୁଧବାର ବିଡ୍ ଦାଖଲ କରିପାରିବେ । ୨୦୨୫ ଅକ୍ଟୋବର ୧୩ ସୋମବାର ଦିନ ବିଡ୍ ଦାଖଲ ଶେଷ ହେବ।
ଏହି ଇସ୍ୟୁର ଅଫର ଫର ସେଲରେ ପ୍ରତିଷ୍ଠାତା ଅଂଶଧନକାରୀମାନେ ୪୯,୮୫୪,୩୫୭ ଇକ୍ୱିଟି ସେୟାର ବିକ୍ରି କରିବେ। ଏହି ଅଫରରେ ଇକ୍ୱିଟି ସେୟାର ପିଛା ଦାମ୍ ୨୫୩ ଟଙ୍କାରୁ ୨୬୬ ଟଙ୍କା ମଧ୍ୟରେ ରହିଛି । ନିବେଶକମାନେ ସର୍ବନିମ୍ନ ୫୬ଟି ଇକ୍ୱିଟି ସେୟାର ପାଇଁ ବିଡ୍ ଦାଖଲ କରିପାରିବେ ଏବଂ ସେଥିରେ ୫୬ଟି ଲେଖାଏଁ ଇକ୍ୱିଟି ସେୟାର ଯୋଡ଼ିପାରିବେ ।
ଅଫର ଫର ସେଲରେ କାନାରା ବ୍ୟାଙ୍କ ପକ୍ଷରୁ ୨୫,୯୨୪,୨୬୬ ଇକ୍ୱିଟି ସେୟାର ଏବଂ ଓରିକ୍ସ କର୍ପୋରେସନ ୟୁରୋପ ଏନ ଭି ପକ୍ଷରୁ ୨୩,୯୩୦,୦୯୧ ଇକ୍ୱିଟି ସେୟାର ବିକ୍ରି କରାଯିବ।
କମ୍ପାନିର ଇକ୍ୱିଟି ସେୟାରଗୁଡ଼ିକୁ ବିଏସ୍‌ଇ ଲିମିଟେଡ୍ ଓ ଏନଏସଇରେ ତାଲିକାଭୁକ୍ତ କରାଯିବ ।
ଏହି ଅଫରର ବୁକ୍ ରନିଂ ଲିଡ୍ ମ୍ୟାନେଜରମାନେ ହେଉଛନ୍ତି ଏସବିଆଇ କ୍ୟାପିଟାଲ ମାର୍କେଟସ ଲିମିଟେଡ, ଆକ୍ସିସ କ୍ୟାପିଟାଲ ଲିମିଟେଡ ଓ ଜେଏମ ଫାଇନାନ୍ସିଆଲ ଲିମିଟେଡ।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିୟମ ଅନୁସାରେ ଅଫରର ୭୫ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଯୋଗ୍ୟ ସଂସ୍ଥାଗତ କ୍ରେତା (କ୍ୟୁଆଇବି)ଙ୍କ ପାଇଁ ରଖାଯିବ । ବୁକ ରନିଂ ଲିଡ ମ୍ୟାନେଜରଙ୍କ ସହ ଆଲୋଚନା କରି କ୍ୟୁଆଇବି ଭାଗର ୬୦ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଆଙ୍କର ନିବେଶକଙ୍କ ପାଇଁ ଆବଂଟନ କରାଯିବ । ସେଥିରୁ ଏକ ତୃତୀୟାଂଶ ସେୟାରକୁ ଘରୋଇ ମ୍ୟୁଚୁଆଲ ଫଣ୍ଡମାନଙ୍କୁ ଆବଂଟନ କରାଯିବ ।
ନିଟ କ୍ୟୁଆଇବି ଭାଗର ୫ ପ୍ରତିଶତ ସେୟାରକୁ ସମାନୁପାତିକ ଭିତିରେକେବଳ ମ୍ୟୁଚୁଆଲ ଫଣ୍ଡକୁ ପ୍ରଦାନ କରାଯିବ ଏବଂ ଅବଶିଷ୍ଟ ରାଶିକୁ ସମାନୁପାତିକ ଭିତିରେ ସମସ୍ତ କ୍ୟୁଆଇବିଙ୍କୁ ଆବଂଟନ କରାଯିବ । ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ଅଫରର ୧୫ ପ୍ରତିଶତ ସେୟାର ରଖାଯିବ । ବିଭିନ୍ନ ଆକାରର ଆପ୍ଲିକେସନ ଆଧାରରେ ଏହି ସେୟାର ଆବଂଟନ କରାଯିବ । ଅଫରର ୧୦ ପ୍ରତିଶତ ସେୟାରକୁ ଖୁଚୁରା ବ୍ୟକ୍ତିଗତ ନିବେଶକମାନଙ୍କ ଲାଗି ରଖାଯିବ ।

Share

Leave a Reply

Your email address will not be published. Required fields are marked *

sixteen − nine =