ଧାମନଗର ଉପନିର୍ବାଚନ: ଆସନ୍ତାକାଲି ହେବ ମତଦାନ

ଆସନ୍ତା କାଲି ଧାମନଗର ଉପନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ବୁଥରେ ସବୁ ପ୍ରକାର ପୋଲିଂ ପର୍ସନ ନିୟୋଜିତ ହୋଇ ସାରିଛନ୍ତି। ୧୦୦୮ ପୋଲିଂ ପାର୍ଟି ନିୟୋଜିତ ହୋଇଛନ୍ତି । ବର୍ତ୍ତମାନ ସାଇଲେଣ୍ଟ ପିରିୟଡ଼ ଚାଲିଛି । ଏହି ସମୟରେ ଚେକିଂ କଡାକଡି କରାଯାଉଛି। ଆସନ୍ତା କାଲି ସକାଳ ୭ ରୁ ୬.୩୦ ପର୍ଯ୍ୟନ୍ତ ସମସ୍ତ ଏକ୍ସିଟ ପୋଲକୁ ବ୍ୟାନ କରାଯାଇଛି। ବୁଥର ୧୦୦ ମିଟର ମଧ୍ୟରେ କେହି ବି କଥା ବାର୍ତ୍ତା ହୋଇ ପାରିବେ ନାହିଁ। ଯଦି କେହି ନିୟମ ଉଲଙ୍ଘନ କଲା ତେବେ ତାଙ୍କୁ ଆରେଷ୍ଟ କରାଯିବ। ଭୋଟର ପରିଚୟ ପତ୍ର ଛଡା ୧୨ ଟି ଅନ୍ୟ ଡ଼କ୍ୟୁ ମେଣ୍ଟ ଦେଖାଇ ବି ଭୋଟ ଦେଇ ପାରିବେ । ସକାଳ ୭ ରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ଏହା ପୂର୍ବରୁ ମକପୋଲ ହେବ। ମୋଟ ୨୫୨ ବୁଥ ରହିଛି । ତାହା ମଧ୍ୟରୁ ୧୧୦ ସମ୍ବେଦନଶୀଳ ବୁଥ ରହିଛି । ଆଉ ସେଥି ମଧ୍ୟରୁ ୧୨୬ ଟି ୱେବ କାଷ୍ଟିଂ ହେବ । ୨୫ ଟି ମାଇକ୍ରୋ ଅବଜରର୍ଭର ରହିଛନ୍ତି। ୧୫ ଟି ମଡେଲ ବୁଥ ଓ ୫ଟି ପିଙ୍କ ବୁଥ କରାଯାଇଛି । ସାଇଲେଣ୍ଟ ପିରିୟଡ଼ଠୁ ନେଇ ଭୋଟ ପର୍ଯ୍ୟନ୍ତ ମଦ ବିକ୍ରିକୁ ବନ୍ଦ କରାଯାଇଛି। ୪ ଟି ସେଣ୍ଟ୍ରାଲ ଟିମ ଓ ୧୦୦୦ ଜଣ ପୁଲିସ ଅଧିକାରୀ ନିୟୋଜିତ ହୋଇଛନ୍ତି । ଏ ନେଇ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନି ସୂଚନା ଦେଇଛନ୍ତି।

Share

Leave a Reply

Your email address will not be published. Required fields are marked *

ten − 2 =