ବିଜେପି ଛାଡିଲେ ଜୟରାମ ପାଙ୍ଗି

ବିଜେପିରୁ ଇସ୍ତଫା ଦେଇଛନ୍ତି କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ । କୋଟିଆରେ ଅନୁଷ୍ଠିତ ଉତ୍କଳ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ସମୟରେ ସେ ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ନେଇ ଘୋଷଣା କରିଛନ୍ତି । ସେ ବିଜେପି ଛାଡିବା ପରେ ଅନ୍ୟ କୌଣସି ଦଳରେ ମିଶିବା ନେଇ କୌଣସି ସୂଚନା ନାହିଁ ।

ଜୟରାମ ପାଙ୍ଗୀ ୨୦୧୭ ମସିହାରେ ବିଜେଡି ଛାଡି ବିଜେପିରେ ଯୋଗ ଦେଇଥିଲେ । ସେ ପୂର୍ବରୁ ୪ ଥର ପଟାଙ୍ଗୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୯ ମସିହାରେ କୋରାପୁଟରୁ ୯ ଥର ସାଂସଦ ହୋଇଥିବା କଂଗ୍ରେସର ଗିରିଧର ଗମାଙ୍ଗଙ୍କୁ ପରାଜିତ କରି ପ୍ରଥମ ଥର ପାଇଁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ୨୦୧୯ରେ ସେ ବିଜେପି ଟିକେଟରେ ଲୋକସଭା ନିର୍ବାଚନ ଲଢି କଂଗ୍ରେସର ସପ୍ତଗିରି ଉଲାକାଙ୍କ ଠାରୁ ପରାଜିତ ହୋଇଥିଲେ । ନିର୍ବାଚନ ହାରିବା ପରେ ସେ ବିଜେପିରେ ଉପେକ୍ଷିତ ହୋଇଥିଲେ ।

Share

Leave a Reply

Your email address will not be published. Required fields are marked *

14 − seven =