ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ସାଢ଼େ ୧୦ ହଜାର ପାଖାପାଖି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩୦୦ରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୪୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୧୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୫,୧୦,୪୧୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୫,୬୬୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୨,୩୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୯,୨୨,୦୩୭।

Share

Leave a Reply

Your email address will not be published. Required fields are marked *

5 × two =