ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୪ ହଜାରରୁ ଯଥେଷ୍ଟ ଥିବା ବେଳେ ମୃତ୍ୟୁସଂଖ୍ୟା ୨୦୦ରୁ କମ୍‌ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୬୨୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୯୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୦୮,୯୯୬ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

9 − 1 =