Friday, October 30, 2026
Latestଜାତୀୟ

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ କିଛି କମ୍‌ ଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ ବହୁତ ଅଧିକ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୫,୯୦୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫୬୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୭୫,୪୬୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫୬୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୪,୨୬୯ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

seventeen − 10 =