ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ଯଥେଷ୍ଟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ ଶହରୁ କିଛି ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୯୮୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୪୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୦,୨୦,୭୩୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୧,୪୩୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୮୦୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୩,୬୨,୭୦୯।

Share

Leave a Reply

Your email address will not be published. Required fields are marked *

eight + nine =