କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବଢ଼ିଲା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଦୀପାବଳି ଭେଟି ମିଳିଛି । ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ତିନି ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି ନିଷ୍ପତ୍ତିକୁ ଆଜି କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏଥିସହ କେନ୍ଦ୍ର କର୍ମଚାରୀଙ୍କ ମୋଟ ମହଙ୍ଗା ଭତ୍ତା ୩୧% ବୃଦ୍ଧି ପାଇଛି । ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜୁଲାଇ ପହିଲାରୁ ଦିଆଯିବ । ଏହା ପୂର୍ବରୁ କେନ୍ଦ୍ର ସଫଳ ନବୁ ସରକାର କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ୧୭ରୁ ୨୮%କୁ ବଢ଼ାଇଥିଲା । ଉଲ୍ଲେଖଯୋଗ୍ୟ ଯେ ୨୦୨୦ରେ କରୋନା ମହାମାରୀ ଯୋଗୁଁ କେନ୍ଦ୍ର ସରକାର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା ଉପରେ ସାମୟିକ ଭାବେ ରୋକ୍ ଲଗାଇଥିଲେ ।

Share

Leave a Reply

Your email address will not be published. Required fields are marked *

twenty − 16 =