୮ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ:ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ୮ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ପୂର୍ବାହ୍ନ ୧୧ଟାରେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହେବ । ସମ୍ପୃକ୍ତ ରାଜ୍ୟରେ କୋଭିଡ-୧୯ ପରିସ୍ଥିତି ଓ ଟିକାକରଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ସମୀକ୍ଷା କରିବେ ବୋଲି କୁହାଯାଉଛି ।ଉତ୍ତର-ପୂର୍ବାଞ୍ଚଳର ଏସବୁ ରାଜ୍ୟଗୁଡିକ ମଧ୍ୟରେ ରହିଛି ଆସାମ, ନାଗାଲାଣ୍ଡ, ତ୍ରିପୁରା, ସିକିମ, ମଣିପୁର, ମେଘାଳୟ, ମିଜୋରାମ ଓ ଅରୁଣାଚଳ ପ୍ରଦେଶ । ଏସବୁ ରାଜ୍ୟରେ ଗତ କିଛିଦିନ ହେଲା କରୋନା ସଂକ୍ରମଣ ମାମଲା ପୁଣି ବୃଦ୍ଧି ପାଇବା ଚିନ୍ତାର କାରଣ ପାଲଟିଛି । ତେଣୁ ତାର ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାରମାନେ କ’ଣ ସବୁ ପଦକ୍ଷେପ ନେଇଛନ୍ତି ତାହା ମୋଦିଙ୍କୁ ଅବଗତ କରାଇବେ ।

Share

Leave a Reply

Your email address will not be published. Required fields are marked *

five × four =