ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଦେଶରେ ୬୧୭ ଜଣ ମୃତ୍ୟୁବରଣ କରିଛନ୍ତି ।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ( ଶନିବାର ଦିନ ୮ଟା ସୁଦ୍ଧା) ଦେଶରେ ୩୮,୬୨୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬୧୭ ଜଣ ମୃତ୍ୟୁବରଣ କରିଛନ୍ତି । ତେବେ ଏହି ୨୪ ଘଣ୍ଟାରେ ଦେଶରେ ପ୍ରାୟ ୪୦,୦୧୭ ଜଣ ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି ।
ଏହାକୁ ମିଶାଇ ଦେଶର ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୧୮,୯୫,୩୮୫କୁ ବୃଦ୍ଧି ପାଇଛି । ସେହିପରି ମୃତ୍ୟୁସଂଖ୍ୟା ୪,୨୭,୩୭୧ରେ ଓ ମୋଟ ଆରୋଗ୍ୟ ସଂଖ୍ୟା ୩,୧୦,୫୫,୮୬୧ରେ ପହଞ୍ଚିଛି । ତେବେ ଏବେ ବି ଦେଶରେ ୪,୧୨,୧୫୩ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ଦେଶର ଦୈନିକ ପଜିଟିଭିଟି ହାର ୨.୨୧ ପ୍ରତିଶତ ଓ ସାପ୍ତାହିକ ପିଜିଟିଭିଟି ହାର ୨.୩୯ ପ୍ରତିଶତ ରହିଛି ।
ଅନ୍ୟପକ୍ଷରେ ଗତ କାଲି ଦେଶରେ ମୋଟ ୪୯ ଲକ୍ଷ ୫୫ ହଜାର ମାତ୍ରା ଟିକା ଦିଆଯାଇଛି । ଏହାକୁ ମିଶାଇ ଦେଶରେ ମୋଟ ୫୦ କୋଟି ୧୦ ଲକ୍ଷ ମାତ୍ରା ଟିକା ଦିଆଯାଇସାରିଲାଣି ।

Share

Leave a Reply

Your email address will not be published. Required fields are marked *

three × four =