ଉତର- ପୂର୍ବ ମୁହାଁ ହୋଇ ମାଡି ଆସୁଛି ଅମ୍ପାନ

ଭୁବନେଶ୍ବର() ଭୀଷଣ ବାତ୍ୟାର ରୁପ ନେଇଛି ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୬ ଘଂଟା ମଧ୍ୟରେ ଏହା ଏକ୍ସଟ୍ରିମଲି ସିିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ । ସମୁଦ୍ର ଭିତରେ ଏହା ଘଂଟାକୁ ୧୩ କିଲୋମିଟର ବେଗରେ ଉତର, ଉତର- ପୂର୍ବ ମୁହାଁ ହୋଇ ମାଡି ଆସୁଛି । ପାରାଦୀପ ଠାରୁ ଏବେ ଦକ୍ଷିଣରେ ୭୯୦ କିଲୋମିଟର ଦୂରରେ ରହିଛି ଅମ୍ଫାନ । ତାହାର ଆଖି ଏବେ ଦକ୍ଷିଣ କେନ୍ଦ୍ରୀୟ ବଙ୍ଗୋପସାଗର ମଧ୍ୟରେ ରହିଛି । ତେବେ ଶେଷ ସୂଚନା ଅନୁସାରେ ସାମୁଦ୍ରିକ ବାତ୍ୟା ଅମ୍ଫାନ ଏବେ ରିକର୍ଭ କରିସାରିଛି ।

ତେଣୁ ଏହା ପରେ ଆସନ୍ତା ୬ ଘଂଟାରେ ଅତି ଭୀଷଣ ସାମୁଦ୍ରିକ ବାତ୍ୟାର ରୂପ ନେବ । ପୂର୍ବାନୁମାନ ଅନୁଯାୟୀ ଏହା ଆସନ୍ତା ୧୨ ଘଂଟା ପର୍ଯ୍ୟନ୍ତ ଉତର ଦିଗରେ ଗତି କରିବ । ତାପରେ ଉତର-ଉତର ପୂର୍ବକୁ ଦିଗ ବଦଳାଇ ଉତର ପଶ୍ଚିମ ବଙ୍ଗୋପସାଗର ଉପରେ ଅତି ତୀବ୍ର ବେଗରେ ଗତି କରିବ । ୨୦ ତାରିଖ ଅପରାହ୍ନରୁ ସଂଧ୍ୟା ମଧ୍ୟରେ ପଶ୍ଚିମବଙ୍ଗର ଦୀଘା ଉପକୂଳ ଓ ବାଂଲାଦେଶର ହାତିଆ ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବା ସ୍ଥଳଭାଗ ଛୁଇଁବ । ଏହି ସମୟରେ ପବନର ବେଗ ଘଂଟାପ୍ରତି ୧୪୫ରୁ ୧୫୫ ଏବଂ ସର୍ବାଧିକ ୧୭୦ କିଲୋମିଟର ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Share

Leave a Reply

Your email address will not be published. Required fields are marked *

3 + 16 =