ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଏନ୍ ଭି ରମନା

ନୂଆଦିଲ୍ଲୀ: ଆଜି ଶପଥ ନେଇଛନ୍ତି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏନ୍ ଭି ରମନା | ସୁପ୍ରିମକୋର୍ଟର ୪୮ ତମ ମୁଖ୍ୟ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ୍ ଏନ୍ ଭି ରମନା ।ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥପାଠ କରାଇଛନ୍ତି । ସେ ଆଜିଠାରୁ ୨୦୨୨ ଅଗଷ୍ଟ ୨୬ ତାରିଖ ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ ବୋଲି ସୂଚନା ମିଳିଛି । ସୁପ୍ରିମକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଏସ ଏ ବୋବଡେ ଗତକାଲି ଅବସର ଗ୍ରହଣ କରିବା ପରେ ଆଜି ମୁଖ୍ୟ ବିଚାରପତି ଭାବେ ନବ ନିଯୁକ୍ତ ହୋଇଥିବା ଜଷ୍ଟିସ ଏନ ଭି ରମନା ଶପଥ ଗ୍ରହଣ କରିଛନ୍ତି ।

ସୂଚନା ଅନୁଯାୟୀ, ଜଷ୍ଟିସ୍ ବୋବ୍‌ଡେ ୨୦୧୩ ଏପ୍ରିଲ ୧୨ତାରିଖରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଏହାସହ ସେ ସୁପ୍ରିମକୋର୍ଟର ୪୭ତମ ପ୍ରଧାନ ବିଚାରପତି ରୂପେ ୨୦୧୯ ନଭେମ୍ବର ୧୪ ରେ ଦାୟିତ୍ୱ ଗ୍ରହଣ କରିଥିଲେ । ୧୪ ମାସର କାର୍ଯ୍ୟକାଳ ଭିତରେ ସେ ଇ-କୋର୍ଟ ଭର୍ଚୁଆଲ ଶୁଣାଣି, କୃଷି ବିଲ୍ ବିବାଦରେ ସ୍ୱତନ୍ତ୍ର କମିଟି ଗଠନ, ପ୍ରବାସୀ ଶ୍ରମିକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା,ପୂର୍ବତନ ପ୍ରଧାନ ବିଚାରପତିଙ୍କ ମାମଲାର ଗୁରୁତ୍ୱପୂର୍ଣ୍ଣ ଶୁଣାଣି ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି |

Share

Leave a Reply

Your email address will not be published. Required fields are marked *

4 + sixteen =