କୋଟିଆ ବିବାଦ: ଆଇନଗତ ସହାୟତା ଲୋଡିଲେ ସରକାର

ଭୁବନେଶ୍ୱର: କୋଟିଆ ବିବାଦର ସମାଧାନ ପାଇଁ ସହାୟତା ଲୋଡିଲେ ରାଜ୍ୟ ସରକାର । କୋରାପୁଟ ଜିଲ୍ଲା କୋଟିଆ ପ୍ରସଙ୍ଗରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅନଙ୍ଗ ପଟ୍ଟନାୟକଙ୍କ ସହାୟତା ଲୋଡିଛନ୍ତି ସରକାର । ଆଡଭୋକେଟ୍ ଜେନେରାଲ ଅଶୋକ ପରିଜାଙ୍କ ଅନୁରୋଧ କ୍ରମେ ଆଇନଗତ ସହାୟତା ଲୋଡିଛନ୍ତି ସରକାର । ସମସ୍ତ ତଥ୍ୟ ସହ ଜଷ୍ଟିସ ଅନଙ୍ଗ ପଟ୍ଟନାୟକଙ୍କ ସହ ଆଲୋଚନା କରିବାକୁ କୋରାପୁଟ ଜିଲ୍ଲାପାଳଙ୍କୁ କୁହାଯାଇଛି ।

ମାନ୍ୟବର ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ଗୋଟିଏ ମାସର ମହଲତ ଦେଇଥିବା ବେଳେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତିଙ୍କ ସହ ବିଚାରବିମର୍ଷ ପାଇଁ କୋରାପୁଟ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ରାଜସ୍ୱ ସଚିବ । ରାଜ୍ୟର ବିଭିନ୍ନ ସୀମାରେ ଆନ୍ଧ୍ର ବାରମ୍ବାର ଅନୁପ୍ରବେଶ କରୁଛି । ରାସ୍ତାଘାଟ, ସ୍କୁଲ ଓ ସ୍ୱାସ୍ଥ୍ୟ ଶିବିର କରିବା ସହ ଗତମାସରେ କୋରାପୁଟ କୋଟିଆରେ ନିର୍ବାଚନ ମଧ୍ୟ କରାଇଛି । ସୀମା ବିବାଦ ସୁପ୍ରିମକୋର୍ଟରେ ଝୁଲିଥିବା ବେଳେ କୋର୍ଟଙ୍କ ନିର୍ଦ୍ଦେଶନାମାକୁ ଅବମାନନା କରି ଆନ୍ଧ୍ର ନିର୍ବାଚନ କରିଛି । ଯାହାକୁ ନେଇ ବିବାଦ ଧିରେ ଧିରେ ବଢ଼ିବାରେ ଲାଗିଛି |

Share

Leave a Reply

Your email address will not be published. Required fields are marked *

2 + 17 =