ଦିଲ୍ଲୀରେ ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ନୂଆଦିଲ୍ଲୀ: ଶୀତ ଅଧିବେଶନ ଆଗାମୀ ୨୯ ତାରିଖରୁ ଆରମ୍ଭ ହେବ ଯାଉଛି। ଶୀତ ଅଧିବେଶନ ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ ସୁପ୍ରିମୋ ମମତା ବାନାର୍ଜୀ ଆଜି | ତିନି ଦିନିଆ ଦିଲ୍ଲୀ ଗସ୍ତରେ ଆସୁଛନ୍ତି। ସେଠାରେ ମମତା ତିନି ଦିନ ରହିବାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀରେ ପହଞ୍ଚି ସେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନ୍ୟ କେ‌ତେଜଣ ବରିଷ୍ଠ ନେତାମାନଙ୍କ ସହ ସାକ୍ଷାତ ଆଲୋଚନା କରିବେ। ବିଜେପି ସାଂସଦ ବରୁଣ ଗାନ୍ଧିଙ୍କ ସହ ମମତା ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ବିଧାନସଭା ନିର୍ବାଚନରେ ହ୍ୟାଟ୍ରିକ ବିଜୟ ପରେ ଏହା ମମତାଙ୍କ ଦ୍ବିତୀୟ ଥର ପାଇଁ ଦିଲ୍ଲୀ ଗସ୍ତ। ରାଜ୍ୟର କେତେକ ସମସ୍ୟା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ତାଙ୍କ ନିକଟତମ ସୂତ୍ରରୁ ଜଣାପଡ଼ିଛି।

Share

Leave a Reply

Your email address will not be published. Required fields are marked *

16 − 3 =