Friday, October 30, 2026
Latestଜାତୀୟ

ଆଜି ପାକିସ୍ଥାନ ବାଛିବ ନୂଆ ପ୍ରଧାନମନ୍ତ୍ରୀ

ଦେଶରେ ନୂଆ ପ୍ରଧାନମନ୍ତ୍ରୀ ନିଯୁକ୍ତି ପାଇଁ ଆରମ୍ଭ ହୋଇଛି ରେସ୍। ବିରୋଧୀ ଦଳ ନେତା ଶାହବାଜ ଶରିଫ ଦେଶର ୨୩ ତମ ପ୍ରଧାନମନ୍ତ୍ରୀ ବନିବା ଏକ ପ୍ରକାର ସ୍ପଷ୍ଟ ହୋଇଛି। ତାଙ୍କୁ ସମର୍ଥନ କରିଛନ୍ତି ମିଳିତ ବିରୋଧୀ PML-N ଅଧ୍ୟକ୍ଷ। ଶାହବାଜଙ୍କୁ ବିରୋଧୀ ଦଳମାନେ ପିଏମ୍ ପ୍ରାର୍ଥୀ ଭାବେ ମନୋନୀତ କରିଥିବାରୁ ସେ ଦେଶର ନୂଆ ପ୍ରଧାନମନ୍ତ୍ରୀ ହେବା ଏକ ପ୍ରକାର ନିଶ୍ଚିତ। ତେବେ ତାଙ୍କ ବିପକ୍ଷରେ ଇମ୍ରାନଙ୍କ ଦଳ PTI ପକ୍ଷରୁ ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଶାହ ମହମୁଦ କୁରେସି। ଆଜି ଦିନ ୨ଟା ବେଳେ ପାକିସ୍ତାନ ନ୍ୟାସନାଲ ଆସେମ୍ଲିରେ ଭୋଟିଂ ପରେ ଚିତ୍ର ସ୍ପଷ୍ଟ ହେବ କିଏ ହେବ ପାକିସ୍ତାନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ।

Share

Leave a Reply

Your email address will not be published. Required fields are marked *

five × four =