ପୁରୀ ଶ୍ରୀଚୈତନ୍ୟ ଗୌଡୀୟ ମଠ ପରିଦର୍ଶନ କରିବେ ରାଷ୍ଟ୍ରପତି

ଭାରତର ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ୍ ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି । ସେ ୧୯ ତାରିଖ ଅପରାହ୍ନ ୨.୪୫ରେ ଭୁବନେଶ୍ୱର ବିମାନବନ୍ଦର ଏବଂ ୩ଟା ୨୫ରେ ପୁରୀ ହେଲିପ୍ୟାଡରେ ପହଞ୍ଚିବେ । ଅପରାହ୍ନ ୫ଟାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରି ୫.୪୫ରେ ବାହାରିବେ । ୨୦ତାରିଖ ସକାଳ ୧୦.୩୫ରେ ଶ୍ରୀଚୈତନ୍ୟ ଗୌଡିୟ ମଠ ଯାଇ ପରିଦର୍ଶନ କରିବେ । ୧୧ଟାରେ ଶରଧାବାଲିରେ ଆୟୋଜିତ ଗୌଡୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତି ସିଦ୍ଧାନ୍ତ ସରସ୍ଵତୀ ଗୋସ୍ୱାମୀ ମହାରାଜଙ୍କ ୧୫୦ତମ ଜୟନ୍ତୀ ସମାରୋହ ଉଦଘାଟନୀ ଉତ୍ସବରେ ଯୋଗ ଦେବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଆଜି ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ । ଏସପି କେ.ବିଶାଲ ସିଂହଙ୍କ ସହ ମିଶି ସେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି । ଗୌଡୀୟ ମଠ ଓ ଶରଧାବାଲିରେ ବ୍ଲୁ ବୁକ୍ ସୁରକ୍ଷା ବ୍ୟବସ୍ଥା ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ । ରାଷ୍ଟ୍ରପତିଙ୍କ ଆସିବାରୁ ଯିବା ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା, ଶ୍ରୀମନ୍ଦିର ଦର୍ଶନ ଓ ରୁଟ ସିକ୍ୟୁରିଟି ବ୍ୟବସ୍ଥା ସଂପର୍କରେ ସମୀକ୍ଷା କରାଯାଇଛି ।

Share

Leave a Reply

Your email address will not be published. Required fields are marked *

5 × 4 =