ଦିଲ୍ଲୀରେ ଆମର କେହି ବସ୍ ନାହାଁନ୍ତି

ଭୁବନେଶ୍ବର () ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ସହ ଓଡିଶାବାସୀଙ୍କ ପାଇଁ ଲଢିବାକୁ ବିଜେଡି ସୁପ୍ରମୋ ନବୀନ ପଟ୍ଟନାୟକ ବିଜେଡି ଯୁବ ନେତାଙ୍କୁ ଦେଇଛନ୍ତି ଲମ୍ବା ବାର୍ତ୍ତା । ନବୀନଙ୍କ ଏହି ବାର୍ତ୍ତା କେବଳ ବିଜେଡି ନେତାଙ୍କ ପାଇଁ ନୁହେଁ । ଏହା ସାରା ଓଡିଶାର ଯୁବ ସମାଜ ପାଇଁ । ସାରା ଓଡିଶାର ଭବିଷ୍ୟତ ପୀଢି ପାଇଁ । କେବଳ ଗୋଟିଏ ଆଞ୍ଚଳିକ ଦଳ ହିଁ ଓଡିଶାର ଯୁବ ସମାଜର ଆଶା ଓ ଅଭିଳାଷ ପୂରଣ କରିପାରିବ । କେବଳ ଗୋଟିଏ ଆଞ୍ଚଳିକ ଦଳ ହିଁ ଓଡିଶାର ସ୍ବତନ୍ତ୍ର ପରିଚୟକୁ ସୁରକ୍ଷା ଦେଇପାରିବ। ନଚେତ୍‌, ଜାତୀୟ ଦଳ ମାନେ ଆପଣଙ୍କୁ ମହାସାଗରର ଗୋଟିଏ ଛୋଟ ଜଳବିନ୍ଦୁ କରି ହଜାଇ ଦେବେ । ସେ କହିଛନ୍ତି ଯେ, 

ଆମର ଦିଲ୍ଲୀରେ କେହି ବସ ନାହାନ୍ତି ।

ଓଡିଶାବାସୀ ହେଉଛନ୍ତି ଆମର ବସ ।

ଆମେ କେବଳ ଓଡିଶାବାସୀଙ୍କ ପାଇଁ କାମ କରୁଛୁ ଓ ସେମାନଙ୍କ ଅଧିକାର ପାଇଁ କାମ କରୁଛୁ ।

ମହାନଦୀ ପାଣି ପାଇଁ ଆମେ ଲଢେଇ କରୁଛୁ ।

ଆମେ ଓଡିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ପାଇଁ ଲଢେଇ କରୁଛୁ ।

କୋଶଳୀ ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ସିଡୁଲରେ ସାମିଲ କରିବା ପାଇଁ ଲଢେଇ କରୁଛୁ ।

ଓଡିଶାର ଖଣିଜ ସଂପଦର ଲାଭ ଯେପରି ଓଡିଶା ଓ ଓଡିଶାବାସୀ ପାଇବେ, ସେଥିପାଇଁ ଆମେ ଲଢେଇ କରୁଛୁ ।

ପ୍ରାୟ ପ୍ରତି ବର୍ଷ ଓଡିଶା ବଡ ବଡ଼ ପ୍ରାକୃତିକ ବିପର୍ଯ୍ୟୟର ସାମନା କରୁଛି ।

ଆମର ସ୍ବତନ୍ତ୍ର ଭୌଗଳିକ ଅବସ୍ଥିତି ପାଇଁ ଏହା ଘଟୁଛି ।

ଉଭୟ ଜାତୀୟ ଦଳ, ବିଜେପି ଓ କଂଗ୍ରେସ, ସେମାନଙ୍କ ଇସ୍ତାହରରେ ସ୍ବତନ୍ତ୍ର ରାଜ୍ୟ ମାନ୍ୟତାକୁ ଏକ ନମ୍ବରରେ ରଖିଥିଲେ।

କିନ୍ତୁ ନିର୍ବାଚନ ପରେ ଏହି ଦାବୀକୁ ସହଜରେ ଭୁଲିଗଲେ ।

କିନ୍ତୁ ବି.ଜେ.ଡି ଏଥିପାଇଁ ଲଢେଇ ଜାରି ରଖିବ।

ଓଡିଶା ପ୍ରତି କେନ୍ଦ୍ରର ବୈମାତୃକ ବ୍ୟବହାର ବିଷୟ ସବୁବେଳେ ଉଠାଇବ ।

ଗୋଟିଏ ସ୍ବତନ୍ତ୍ର ରାଜ୍ୟ ଗଠନର ଲକ୍ଷ୍ୟ ହେଉଛି – ଓଡିଶାର ସ୍ବତନ୍ତ୍ର ପରିଚୟର ସୁରକ୍ଷା ଏବଂ ଓଡିଶାବାସୀଙ୍କ ସ୍ବାର୍ଥ ପାଇଁ ଲଢେଇ ।

ଗୋଟିଏ ଆଞ୍ଚଳିକ ଦଳ ହିଁ ରାଜ୍ୟର ଲୋକମାନଙ୍କ ପାଇଁ ଲଢେଇ କରେ ।

ବିଜୁ ଜନତା ଦଳ ଗୋଟିଏ ଆଞ୍ଚଳିକ ଦଳ ଭାବରେ ସ୍ବତନ୍ତ୍ର ଓଡିଶା ଗଠନ ସମୟର ଆଶା ଓ ଆଦର୍ଶର ପ୍ରତୀକ ହୋଇଯାଇଛି ।

Share

Leave a Reply

Your email address will not be published. Required fields are marked *

20 − nineteen =