ଜାତୀୟ

କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ‘ଆପଏଣ୍ଟମେଣ୍ଟସ୍ କମିଟି ଅଫ୍ ଦ କ୍ୟାବିନେଟରେ ୨ ଓଡିଶା କ୍ୟାଡର ଅଧିକାରୀ

କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ‘ଆପଏଣ୍ଟମେଣ୍ଟସ୍ କମିଟି ଅଫ୍ ଦ କ୍ୟାବିନେଟ୍’ (ଏସିସି) ଦେଶର ୩୩ ଜଣ ବରିଷ୍ଠ ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀଙ୍କୁ ଡାଇରେକ୍ଟର ଜେନେରାଲ୍ (ଡିଜି) ଓ ଡିଜି ସମକକ୍ଷ ପଦବୀ ପାଇଁ ଏମ୍ପାନେଲ୍ କରିଛନ୍ତି। ଏଥିରେ ଓଡ଼ିଶା କ୍ୟାଡରର ଦୁଇ ଜଣ ବରିଷ୍ଠ ଅଧିକାରୀ ସ୍ଥାନ ପାଇଛନ୍ତି।

ଏମ୍ପାନେଲ୍ ହୋଇଥିବା ଓଡ଼ିଶା କ୍ୟାଡର ଅଧିକାରୀ ହେଲେ ୧୯୯୦ ବ୍ୟାଚ୍ର ଡ. ସୁଧାଂଶୁ ଷଡ଼ଙ୍ଗୀ ଏବଂ ୧୯୯୫ ବ୍ୟାଚ୍ର ପିଏସ୍. ରଣପିସେ। ଏହି ଏମ୍ପାନେଲମେଣ୍ଟ ପରେ ଉଭୟ ଅଧିକାରୀ କେନ୍ଦ୍ର ସରକାରଙ୍କ ଅଧୀନରେ ଡିଜି ସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିଯୁକ୍ତି ପାଇବାକୁ ଯୋଗ୍ୟ ବିବେଚିତ ହେବେ। କେନ୍ଦ୍ରୀୟ ଡେପୁଟେସନ୍ ପାଇଁ ଏହି ଏମ୍ପାନେଲମେଣ୍ଟକୁ ଜଣେ ଆଇପିଏସ୍ ଅଧିକାରୀଙ୍କ କ୍ୟାରିୟରର ଏକ ବଡ଼ ମାଇଲଖୁଣ୍ଟ ବୋଲି ଧରାଯାଏ।

ଏହା ମାଧ୍ୟମରେ ସିଆରପିଏଫ୍, ବିଏସଏଫ୍, ସିଆଇଏସଏଫ୍, ଆଇଟିବିପି ସମେତ ବିଭିନ୍ନ କେନ୍ଦ୍ରୀୟ ସୁରକ୍ଷା ଓ ଗୁଇନ୍ଦା ସଂସ୍ଥାରେ ଉଚ୍ଚପଦବୀରେ କାର୍ଯ୍ୟ କରିବାର ସୁଯୋଗ ମିଳିଥାଏ। ଓଡ଼ିଶା କ୍ୟାଡରର ଏହି ଦୁଇ ଅଧିକାରୀଙ୍କ ଚୟନ ରାଜ୍ୟ ପୁଲିସ ବ୍ୟବସ୍ଥା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ। କାରଣ ଡ. ଷଡ଼ଙ୍ଗୀ ରାଜ୍ୟର ପରବର୍ତ୍ତୀ ପୋଲିସ୍ ମହାନିର୍ଦ୍ଦେଶକ ଦୌଡରେ ଅଛନ୍ତି।

Share

Leave a Reply

Your email address will not be published. Required fields are marked *

5 × 3 =