ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍‌

ନୂଆଦିଲ୍ଲୀ: ତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ପ୍ରାୟ ୮୪ ହଜାରରୁ ସାମାନ୍ୟ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ୪୦୦୦ ଟପିଯାଇଛି। ବିଗତ ୭୦ ଦିନ ମଧ୍ୟରେ ଆଜି ସର୍ବନିମ୍ନ ନୂତନ ସଂକ୍ରମଣ ରେକର୍ଡ କରାଯାଇଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮୪,୩୩୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪,୦୦୨ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୯୩,୫୯,୧୫୫ ଓ ମୃତ୍ୟୁସଂଖ୍ୟା ୩,୬୭,୦୮୧ରେ ପହଞ୍ଚିଛି।

Share

Leave a Reply

Your email address will not be published. Required fields are marked *

7 + eight =