ନଜର ପକାନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ଦର । ଯାହାକି ସାଧାରଣ ଓ ନିମ୍ନ ମଧ୍ୟବିତଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆଜି ଡିଜେଲ ଦରରେ ୭ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ପେଟ୍ରୋଲ ଦରରେ ୨୬ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି ।

ଆଇଓସିଏଲ ର ସୂଚନା ଅନୁସାରେ ଆଜି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଦର ୯୭.୭୬ ରହିଥିବା ବେଳେ ଡିଜେଲ ଲିଟର ପିଛା ଦର ୮୮.୭୦ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୯୭.୬୩ ଟଙ୍କା ଏବଂ ଡିଜେଲ ୯୧.୧୫ ଟଙ୍କା ରହିଛ । ମୁମ୍ବାଇରେ ପେଟ୍ରୋଲ ଦର ୧୦୩.୮୯ ଟଙ୍କା ଏବଂ ଡିଜେଲ ଦର ୯୫.୭୯ ଟଙ୍କା ରହିଥିବା ବେଳେ ଚେନ୍ନାଇରେ ପେଟ୍ରୋଲ ଦର ୯୮.୮୮ ଟଙ୍କା ଏବଂ ଡିଜେଲ ୯୨.୮୯ ଟଙ୍କା ରହିଛି ।

ପେଟ୍ରୋଲ ଏବଂ ଡିଜେଲ ଦର ଆପଣ ଏସଏମଏସ ଜରିଆରେ ମଧ୍ୟ ଜାଣିପାରିବେ । ଇଣ୍ଡିଆନ ଅଏଲ ୱେବସାଇଟ ମୁତାବକ,ଆପଣଙ୍କୁ ଆରଏସଏପି ଏବଂ ଆପଣଙ୍କ ସହରର କୋଡ ଲେଖି ୯୨୨୪୯୯୨୨୪୯ ନମ୍ବରରେ ପଠାଇବାକୁ ହେବ । ପ୍ରତ୍ୟେକ ସହରର କୋଡ ଭିନ୍ନ ଭିନ୍ନ ହୋଇଥାଏ । ଯାହା ଆପଣଙ୍କୁ ଆଇଓସିଏଲ ର ୱେବସାଇଟ ମିଳିଯିବ । ସେହିପରି ପ୍ରତ୍ୟେକ ଦିନ ସକାଳ ୬ଟାରୁ ପେଟ୍ରୋଲ ଏବଂ ଡିଜେଲ ଦରରେ ପରିବର୍ତ୍ତନ ହୋଇଥାଏ । ଏହାପରେ ନୂତନ ଦର ଲାଗୁ ହୋଇଥାଏ ।

Share

Leave a Reply

Your email address will not be published. Required fields are marked *

13 − six =