ରାଜ୍ୟ

ଆଜିଠୁ କଡ଼ାକଡ଼ି ହେବ PUCC ଯାଞ୍ଚ

ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ କୋହଳ ଥିବା ବେଳେ ୨ ତାରିଖରୁ ଅର୍ଥାତ ଆଜିଠାରୁ ଜୋରାଦାର ହେବ ଯାଞ୍ଚ । ପରିବହନ ମନ୍ତ୍ରୀ ବିଭୁତି ଜେନାଙ୍କ ନିର୍ଦ୍ଦେଶରେ ସଡ଼କ ସୁରକ୍ଷାକୁ ନେଇ ଜାରି ରହିଥିବା ବିଶେଷ ଅଭିଯାନକୁ ଏପ୍ରିଲ ୧୦ ଯାଏଁ ବୃଦ୍ଧି କରାଯାଇଛି । ମାର୍ଚ୍ଚ ୨୧ରୁ ଏହି ଅଭିଯାନ ଆରମ୍ଭ ହୋଇଥିବା ବେଳେ ଏପ୍ରିଲ ୧୦ ଯାଏଁ ଚାଲିବ । ସଡ଼କ ଦୁର୍ଘଟଣା ହ୍ରାସ ଲକ୍ଷ୍ୟରେ ଚାଲିଥିବା ଏହି ଅଭିଯାନରେ ରାଜ୍ୟବ୍ୟାପୀ ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି । ଏହା ସହ ଅମାନିଆ ଗାଡ଼ି ଚାଳକଙ୍କୁ ନିୟନ୍ତ୍ରଣ ପାଇଁ ଏନଫୋର୍ସମେଣ୍ଟ ଉପରେ ଗୁରୁତ୍ୱ ଦିଆଯାଇଛି ।

ପୂର୍ବରୁ ଦିଆଯାଇଥିବା ମାର୍ଚ୍ଚ ୩୧ ସମୟସୀମା ଶେଷ ହୋଇଥିବାରୁ, ଏପ୍ରିଲ ୨ ଠାରୁ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ ଦ୍ୱାରା ଯାଞ୍ଚ ଆରମ୍ଭ ହୋଇଛି । ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ଜରିମାନା କରାଯାଉଛି । ସୂଚନାଯୋଗ୍ୟ ଯେ, ପରିବହନ ବିଭାଗ ଏହି ଜୋରିମାନା କମାଇବା ପାଇଁ ପ୍ରସ୍ତାବ ଦେଇଛି, କିନ୍ତୁ ବର୍ତ୍ତମାନ ପୁରୁଣା ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ ଚାଲିଛି । ପେଟ୍ରୋଲ ପମ୍ପଗୁଡ଼ିକରେ ଷ୍ଟିକର ଦେଖାଇବା ପରେ ହିଁ ଗାଡ଼ିରେ ତେଲ ପକାଇବା ପାଇଁ ନିର୍ଦ୍ଦେଶ ରହିଛି ।

ପରିବହନ ବିଭାଗ ପକ୍ଷରୁ ମାଗଣାରେ ଗ୍ରୀନ୍ ଷ୍ଟିକର୍ ଦିଆଯାଉଛି, ଯାହା ଗାଡ଼ିର କାଚରେ ଲଗାଇବାକୁ ପରାମର୍ଶ ଦିଆଯାଇଛି । ଯାଞ୍ଚ ଭୟରେ ଭୁବନେଶ୍ୱରର ବିଭିନ୍ନ ପ୍ରଦୂଷଣ ଯାଞ୍ଚ କେନ୍ଦ୍ରଗୁଡ଼ିକରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି ।

ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି । ‎ଏହାର ସୁଧାର ଦିଗରେ କାର୍ଯ୍ୟ କରିବା ଆମ ସମସ୍ତଙ୍କ କର୍ତ୍ତବ୍ୟ । ସେଥିପାଇଁ ପରିବହନରେ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ ରଖି ‎ପ୍ରଦୂଷଣ ଯାଞ୍ଚ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି । ମୋଟର ଯାନ ଆଇନ ଅନୁଯାୟୀ ଏହା ବାଧ୍ୟତାମୂଳକ।

ଓଡ଼ିଶାରେ ମାତ୍ର ୨୧ ପ୍ରତିଶତ ଗାଡ଼ିରେ ପ୍ରଦୂଷଣ ପ୍ରମାଣପତ୍ର ରହିଛି । ଅନେକ ଗାଡ଼ି ଏହି ନିୟମର ବ୍ୟାପକ ଉଲ୍ଲଙ୍ଘନ ‎କରୁଛନ୍ତି । ଯାହାକୁ ଦୃଷ୍ଟିରେ ରଖି ଏ ଦିଗରେ ସଚେତନତା ବୃଦ୍ଧି କରିବାକୁ ପ୍ରଦୂଷଣ ପ୍ରମାଣପତ୍ରକୁ ଗୁରୁତ୍ୱ ଦିଆଯାଇଛି ।

ତେବେ ଜନସାଧାରଣ ଏଥିପାଇଁ ସମସ୍ୟାର ସମ୍ମୁଖୀନ ହେଉଥିବାର ଦୃଷ୍ଟିକୁ ଆସିବାରୁ ଜନସାଧାରଣଙ୍କ ସୁବିଧା ପାଇଁ ‎କୋହଳ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଯାହାକି PUCC ଅବଧି ସୀମା ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଥିଲେ ସରକାର । କିନ୍ତୁ ଆଜିଠୁ PUCC ନଥିଲେ ଆଉ ନିସ୍ତାର ନାହିଁ ।

Share

Leave a Reply

Your email address will not be published. Required fields are marked *

5 × 4 =