Friday, October 30, 2026
Latestରାଜ୍ୟ

ଆଜି ପଦମପୁର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଆଜି ପଦମପୁର ମଇଦାନକୁ ଓହ୍ଲାଇବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ପଦମପୁର ଯାଇ ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରିବେ ନବୀନ । ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏଥିପାଇଁ ସକାଳ ୧୦ଟାରୁ ନବୀନ ନିବାସରୁ ବାହାରିବେ ମୁଖ୍ୟମନ୍ତ୍ରୀ । ୧୦ଟା ୫ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ଏୟାରପୋର୍ଟରେ ପହଞ୍ଚିବେ । ୧୦ଟା ୧୦ରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ବାହାରି ୧୧ଟାରେ ପଦମପରୁ ସତୀଭଟ ଏୟାରଷ୍ଟ୍ରିପରେ ପହଞ୍ଚିବେ । ସକାଳ ୧୧ଟା ୨୫ ମିନିଟରେ ଝାରବନ୍ଧ ଓ ୧୨ଟା ୩୦ରେ ପାଇକମାଳ ହାଇସ୍କୁଲ ପଡ଼ିଆରେ ନିର୍ବାଚନୀ ସଭାରେ ଯୋଗଦେବେ ।

ଅପରାହ୍ନ ୩ଟା ୩୦ରେ ପଦମପୁର ହାଇସ୍କୁଲ ପଡ଼ିଆରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ବିଜେଡି ନେତା ଓ କର୍ମୀ ବେଶ୍‌ ଉତ୍ସାହିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପାଖରୁ ଦେଖିବା ପାଇଁ ଲୋକଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ଦେଖାଦେଇଛି । ଦଳୀୟ ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପ୍ରତି ଜନସମର୍ଥନ ଦିନକୁ ଦିନ ବଢୁଛି। ନବୀନଙ୍କ ପ୍ରଚାର ଆହୁରି ଭୋଟ୍ ବଢ଼ାଇବ ବୋଲି ଦଳର ନେତାମାନେ କହିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସାଧାରଣ ସଭାରେ ବିପୁଳ ଜନ ସମାଗମ ହେବାର ସମ୍ଭାବନା ରହିଛି । ଏଥିପାଇଁ କରାଯାଇଛି ବ୍ୟାପକ ପ୍ରସ୍ତୁତି । ସଭାସ୍ଥଳରେ କାରକେଡ, ସଭାମଞ୍ଚ ଓ ଭିଆଇପିଙ୍କ ସୁରକ୍ଷା ସାଙ୍ଗକୁ ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀକାଳୀନ ସେବା ପାଇଁ ବ୍ୟବସ୍ଥା କରାଯାଇଛି ।

Share

Leave a Reply

Your email address will not be published. Required fields are marked *

13 − twelve =