ଆସନ୍ତା ଚାରିଦିନରେ ପାରଦ ଆହୁରି ଖସିବ, ୧୬ ଆଡ଼କୁ ଲଘୁଚାପ କ୍ଷେତ୍ର

ଆସନ୍ତା ୧୬ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କିଛି ସୂଚନା ଦିଆଯାଇନାହିଁ। ଏଣେ ଆସନ୍ତା ୩ରୁ ୪ଦିନ ଭିତରେ ରାଜ୍ୟର ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ତଳକୁ ଖସିବ ।

ଶନିବାର ଦାରିଙ୍ଗବାଡ଼ି ଓ କୋରାପୁଟରେ ରାତିର ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ଏବଂ ବୌଦ୍ଧ ଓ ଫୁଲବାଣୀରେ ୧୩.୫ ଡିଗ୍ରୀ ରେକର୍ଡ କରାଯାଇଛି। ୨ ଦିନ ପରେ ପାରଦ ଆହୁରି ଖସିବ ଓ ରାଜ୍ୟରେ ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Share

Leave a Reply

Your email address will not be published. Required fields are marked *

three × 3 =