ଆସନ୍ତା ୧୦ରେ ରାଉରକେଲା ଯିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ମାସ ୧୦ ତାରିଖରେ ରାଉରକେଲା ଗସ୍ତ କରିବେ । ମୁଖ୍ୟମନ୍ତ୍ରୀ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଏଫଆଇଏଚ ହକି ପ୍ରୋ ଲିଗ୍ ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଵେ। ଏଥି ସହିତ ୧୨୪ କୋଟି ବ୍ୟୟରେ ନିର୍ମିତ ବିର୍ସା ମୁଣ୍ଡା ଆଥଲେଟିକ୍ସ ଷ୍ଟାଡିୟମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ। ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇଥିବା ହକି ତାଲିମ କେନ୍ଦ୍ର ତଥା ଆଷ୍ଟ୍ରୋ ଟର୍ଫ ଷ୍ଟାଡିୟମର ମଧ୍ୟ ସେ ଉଦଘାଟନ କରିବେ।

ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ଼ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିବା କାର୍ଯ୍ୟକ୍ରମ ରହିଛି ।

Share

Leave a Reply

Your email address will not be published. Required fields are marked *

nineteen − 13 =