ଐତିହାସିକ କଟକ ବାଲିଯାତ୍ରା ଉଦଘାଟନ କରିବେ ରାଷ୍ଟ୍ରପତି
ବିଶ୍ବପ୍ରସିଦ୍ଧକଟକ ବାଲିଯାତ୍ରାକୁ ନେଇ ଆସିଛି ଏକ ବଡ଼ ଖବର। ଚଳିତ ବର୍ଷ ଐତିହାସିକ କଟକ ବାଲିଯାତ୍ରା ଉଦଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ବାଲିଯାତ୍ରାରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଯୋଗ ଦେବେ। ଏନେଇ କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।
ବାଲିଯାତ୍ରା ଇତିହାସରେ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଉଦଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଷ୍ଟ୍ରପତିଙ୍କୁ ଅନୁରୋଧ କରାଯାଇଥିଲା। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ମତି ମିଳିଥିବା ଜଣାଯାଇଛି । ପ୍ରଶାସନ ପକ୍ଷରୁ ଏନେଇ ପ୍ରସ୍ତୁତି ଆରମ୍ଭ କରାଯାଇଛି । ସୂଚନାଯୋଗ୍ୟ, କଟକ ବାଲିଯାତ୍ରା ଚଳିତ ବର୍ଷ ନଭେମ୍ବର ୨୪ ତାରିଖ ଠାରୁ ଆରମ୍ଭ ହେବ। ଏହି ଯାତ୍ରା ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ।

