ଓଡିଶାରେ ପହଞ୍ଚିଲା ସହିଦ ସରୋଜଙ୍କ ମର ଶରୀର

ଭୁବନେଶ୍ୱରରେ ସହିଦଙ୍କ ମରଶରୀର । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ସିକ୍କିମ ବନ୍ୟାରେ ସହିଦ ହୋଇଥିବା ସରୋଜ ଦାସଙ୍କ ସହିଦଙ୍କ ମରଶରୀର । ଭୁବନେଶ୍ୱର ବିମାନ ବନ୍ଦରରେ ସହିଦ ସରୋଜ ଦାସଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସହିଦଙ୍କ ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ ପହଞ୍ଚିଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ସେଠାରେ ସହିଦ ସରୋଜଙ୍କୁ ଉଭୟ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ଏହାପରେ ଶୋଭାଯାତ୍ରାରେ କାମାକ୍ଷାନଗର କେନ୍ଦୁଢିପ ଗାଁକୁ ଯିବ ମରଶରୀର । ସେଠାରେ ରାଷ୍ଟ୍ରୀୟ ମର‌୍ୟ୍ୟାଦା ସହ ସହିଦ ସରୋଜଙ୍କ ହେବ ଶେଷକୃତ୍ୟ ହେବ । ସୋମବାର ବିଳମ୍ବିତ ରାତିରେ ସିକ୍କିମରେ ପ୍ରଳୟଙ୍କାରୀ ବନ୍ୟାରେ ଭାସି ଯାଇଥିବା ୨୩ ଜଣ ଯବାନଙ୍କ ମଧ୍ୟରେଓଡ଼ିଆ ଯବାନ ସରୋଜ ଦାସ ଥିଲେ ।

Share

Leave a Reply

Your email address will not be published. Required fields are marked *

twenty − one =