କେନ୍ଦ୍ରମନ୍ତ୍ରୀମାନେ ଦେଇଥିବା ପ୍ରତିଶ୍ରୁତିକୁ ମନେ ପକାଇଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଉପ ନିର୍ବାଚନ ସମୟରେ କେନ୍ଦ୍ରମନ୍ତ୍ରୀମାନେ ଦେଇଥିବା ପ୍ରତିଶ୍ରୁତିକୁ ମନେ ପକାଇଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟମନ୍ତ୍ରୀ କହିଥିଲେ, ରେଲୱ, କେନ୍ଦୁପତ୍ରକୁ ନେଇ କେନ୍ଦ୍ରମନ୍ତ୍ରୀ ମାନେ ଯେଉଁ ସବୁ ପ୍ରତିଶୃତି ଦେଇଥିଲେ ପ୍ରଭୁ ନରସିଂହଙ୍କ ପାଖରେ ମୁଁ ପ୍ରାର୍ଥନା କରୁଛି କି କେନ୍ଦ୍ରମନ୍ତ୍ରୀମାନଙ୍କୁ ସେମାନଙ୍କ ପ୍ରତିଶୃତି ବିଷୟରେ ଟିକେ ମନେ ପକାଇଦିଅନ୍ତୁ ।

ଆଜି ବରଗଡ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଝାରବନ୍ଧରେ ହେଉଥିବା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଉଦବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ସେ ୧୧ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି । ୮ କୋଟି ୮୫ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ୯୦ କୋଟି ୨୪ ଲକ୍ଷ ଟଙ୍କାର ୩୩୦ଟି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କହିଥିଲେ କି, ଆଜି ପୁଣି ଝାରବନ୍ଧକୁ ଆସି ମୁଁ ଖୁସି । ଗତ ଡିସେମ୍ବର ୨ରେ ଶେଷଥର ପାଇଁ ଏଠାକୁ ଆସିଥିଲି । ସେହିପରି ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ବର୍ଷେ ଭିତରେ ପଦମପୁରକୁ ଜିଲ୍ଲା ମାନ୍ୟତା ଦିଆଯିବ ।

Share

Leave a Reply

Your email address will not be published. Required fields are marked *

9 − seven =