କ୍ୟାବିନେଟ ନିଷ୍ପତ୍ତି : ଆସିଲା ନୂଆ ଯୋଜନା, ନୂଆ ଓଡ଼ିଶା

କ୍ୟାବିନେଟ ବୈଠକରେ ୧୯ଟି ପ୍ରସ୍ତାବରେ ବାଜିଲା ମୋହର । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଗୁରୁତ୍ୱପୂର୍ଣ୍ଣ ୧୯ଟି ପ୍ରସ୍ତାବ କ୍ୟାବିନେଟ ଅନୁମୋଦନ କରିଛି । ଯେଉଁଥିରେ ନୂଆ ଯୋଜନା ନୂତନ ଉନ୍ନତ ଅଭିଲାଷା (ନୂଆ) ଓଡ଼ିଶାକୁ ମଞ୍ଜୁରୀ ମିଳିଛି । ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟରେ ପ୍ରତିବର୍ଷ ୧ ଲକ୍ଷ ଯୁବକ ଯୁବତୀଙ୍କୁ କରାଯିବ ଦକ୍ଷ । ଏଥିପାଇଁ ଖର୍ଚ୍ଚ ହେବ ୩୮୫ କୋଟି ଟଙ୍କା ।

ଉନ୍ନତ ମାନର ପ୍ରଶିକ୍ଷଣ, ଶିଳ୍ପ ସଂଯୋଗ କୁ ପ୍ରୋତ୍ସାହିତ, ନିଯୁକ୍ତି ଦକ୍ଷତା କ୍ଷେତ୍ରରେ ଏହା ସାହାୟକ ହେବ । ଯୁବବର୍ଗଙ୍କ ପାଇଁ ନୂତନ ଦକ୍ଷତା ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଆଡ଼ ଅନ ସ୍କିଲ ପାଠ୍ୟକ୍ରମ, ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୁବକ ଯୁବତୀ ମାନଙ୍କ ପାଇଁ ଡିଜିଟାଲ ଓ ଇ ପାଠ୍ୟକ୍ରମ ରଖାଯିବ । ରାଜ୍ୟ ର ୩୦ ଟି ଜିଲ୍ଲାରେ ଏହା କାର୍ଯ୍ୟକାରୀ ହେବାକୁ ଥିବାବେଳେ ଦକ୍ଷତା ବିକାଶ ପାଇଁ ସୁଯୋଗ ଦିଆଯିବ । ସେହିଭଳି ରାଜ୍ୟାର ଅତ୍ୟାଧୁନିକ ପ୍ରଶିକ୍ଷଣ କେନ୍ଦ୍ର, ଲ୍ୟାବ ଓ ସୁଦୃଢ ଦକ୍ଷତା ପରିବେଶ ପ୍ରତିଷ୍ଠା ହେଲେ ସ୍କିଲ୍ଡ-ଇନ୍-ଓଡ଼ିଶା ବ୍ରାଣ୍ଡକୁ ଆହୁରି ସୁଦୃଢ କରିବାରେ ସହାୟକ ହେବ ।

ଏହା ବ୍ୟତୀତ କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ନାଇଜର ପରିସରରେ ହେବ କ୍ୟାନ୍ସର ହସ୍ପିଟାଲ । ଟାଟା ମେମୋରିଆଲ ପକ୍ଷରୁ ପ୍ରତିଷ୍ଠା ହେବ କ୍ୟାନ୍ସର ହସ୍ପିଟାଲ । ଏଥିପାଇଁ ୪୮.୮୪୨ ଏକର ଜମି ପ୍ରଦାନ କରିବେ ସରକାର । ସେହିଭଳି ଅସ୍ତରଙ୍ଗ, ଗୋପ, କାକଟପୁର, ଡେଲାଙ୍ଗ, ପୁରୀ ସଦର ଓ ସତ୍ୟବାଦୀରେ ହେବ ପାନୀୟ ଜଳ ପ୍ରକଳ୍ପ । ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ୱତନ୍ତ୍ର ଯୋଜନା ବାବଦକୁ କ୍ୟାବିନେଟରେ ଅର୍ଥ ମଞ୍ଜୁରୀ ।

ଓଡ଼ିଶା ମୋବାଇଲ ଟାୱାର ଓ ଟେଲିଗ୍ରାଫ ନୀତିରେ ସଂଶୋଧନକୁ ମଞ୍ଜୁରୀ । ଯାହାଦ୍ୱାରା ବ୍ୟାଙ୍କ ଶାଖା ନଥିବା ପଞ୍ଚାୟତକୁ ମିଳିବ ବ୍ୟାଙ୍କିଙ୍ଗ ସୁବିଧା । ୪୩୭୩ ପଞ୍ଚାୟତରେ ସିଏସପି ପ୍ଲସ ବ୍ୟାଙ୍କିଙ୍ଗ ଆଉଟଲେଟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।

Share

Leave a Reply

Your email address will not be published. Required fields are marked *

four × 1 =