ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ଆଜି ରାଜସ୍ୱ ମନ୍ତ୍ରୀ କରିବେ ବୈଠକ

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ମୁକାବିଲା ନେଇ ଆଜି ରାଜସ୍ୱ ବିଭାଗର ବୈଠକ ବସୁଛି । ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଦିନ ୧୧ଟାରେ ବୈଠକ ହେବ । ଏଥିରେ ସ୍ୱତନ୍ତ୍ର ରିଲିଫ କମିଶନର ଓ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିବେ ।

ପୂର୍ବରୁ ଜିଲ୍ଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି । ଖରା ବଢିବାକୁ ଥିବାରୁ ଲୋକଙ୍କୁ ଏନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଛି । ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବା ସହ ଖରାପ ନଳକୂପର ମରାମତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ପୂର୍ବରୁ ଜିଲ୍ଲାସ୍ତରରେ ଗ୍ରୀଷ୍ମପ୍ରବାହ ମୁକାବିଲା ପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଖରା ବଢିବାକୁ ଥିବାରୁ ଲୋକଙ୍କୁ ଏନେଇ ଅଧିକରୁ ଅଧିକ ସଚେତନ କରିବାକୁ କୁହାଯାଇଛି । ଆବଶ୍ୟକୀୟ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା କରାଯିବା ସହ ଖରାପ ନଳକୂପର ମରାମତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

Share

Leave a Reply

Your email address will not be published. Required fields are marked *

eleven + 4 =