ଦୁର୍ନୀତିଗ୍ରସ୍ତ ୧୪ ଅଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ,ବିଦା ହେଲେ ୪ ଅଫିସର

ଦୁର୍ନୀତିଗ୍ରସ୍ତ ୧୪ ଅଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନେଲେ ସରକାର । ଅପାରଗ, ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ବିରୋଧରେ ଆଜି ପୁଣି ବଡ଼ ଆକ୍ସନ୍। ଏକକାଳୀନ ଚାକିରିରୁ ବିଦା ହେଲେ ୧୪ ଅଧିକାରୀ । ୧୪ ଜଣଙ୍କ ମଧ୍ୟରୁ ୪ ଅଫିସରଙ୍କୁ ଚାକିରିରୁ ବହିଷ୍କାର । ୪ ଜଣଙ୍କୁ ବହିଷ୍କାର , ୪ ଜଣଙ୍କୁ ଅବସର , ଓ ୬ ଜଣଙ୍କ ପେନସନ ବନ୍ଦ କଲେ ସରକାର । ଜଣେ ଅଧିକ୍ଷଣ ଯନ୍ତ୍ରୀ , ୨ ଜଣ ସହକାରୀ ଯନ୍ତ୍ରୀ ଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ । ଜଣେ ଡିଏସପି , ଜଣେ ସିଡିିପିଓ , ଜଣେ ରେଂଜରଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ । ଜଣେ ତହସିଲଦାର , ଜଣେ ବିଡିଓ , ୩ ଜଣ ଜେଇ ଙ୍କ ପ୍ରତି ବି କାର୍ଯ୍ୟାନୁଷ୍ଠାନ । ବର୍ଷକ ମଧ୍ୟରେ ଏପର‌୍ୟ୍ୟନ୍ତ ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଗଲାଣି ।

ଏହି ତାଲିକାରେ କଟକ ପି.ଏଚ.ଡିଭିଜନର ସୁପରିଟେଣ୍ଡିଂ ଇଞ୍ଜିନିୟର ନବକିଶୋର ସାମଲ, କୋରାପୁଟ ଲମତାପୁଟ ବ୍ଲକ୍‌ର ପୂର୍ବତନ ସିଡିପିଓ ଶ୍ରୀମତୀ ସ୍ବର୍ଣ୍ଣଭା ଦାସ, ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ପୂର୍ବତନ ବିଡିଓ ଦାମୋଦର ମହାଲିକ, ନୟାଗଡ ଖଣ୍ଡପଡା ତହସିଲର ପୂର୍ବତନ ତହସିଲଦାର ପଞ୍ଚାନନ ବାରିକ, ଢେଙ୍କାନାଳ IUCAWର (ମହିଳା ମାନଙ୍କ ଉପରେ ଅପରାଧ ଘଟଣାର ତଦନ୍ତ କରୁଥିବା ୟୁନିଟ) ପୂର୍ବତନ ଡିଏସ୍‌ପି ମଳୟ କିଶୋର ନାୟକ ପ୍ରମୁଖ ଅଛନ୍ତି | ଏହା ସହ ଗଜପତି ଜିଲ୍ଲା ମୋହନା ବ୍ଲକର ପୂର୍ବତନ ସପ୍ଲାଇ ଇନ୍ସପେକ୍ଟର ପ୍ରକାଶ ଚନ୍ଦ୍ର ପାତ୍ର, କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ୍‌ର ପୂର୍ବତନ ଜୁନିଅର ଇଞ୍ଜିନିୟର ତଥା ବର୍ତ୍ତମାନ ଦଶମନ୍ତପୁର ବ୍ଲକ୍‌ର ଜୁନିଅର ଇଞ୍ଜିନିୟର ମନୋଜ କୁମାର ବେଉରା, ସୁନ୍ଦରଗଡ ମ୍ୟୁନିସ୍ପାଲଟିର ଆସିଷ୍ଟାଣ୍ଟ ଇଞ୍ଜିନିୟର ଜୟନ୍ତ ନାରାୟଣ ପଣ୍ଡା, ଢେଙ୍କାନାଳର ପୂର୍ବତନ ଆସିଷ୍ଟାଣ୍ଟ ଇଞ୍ଜିନିୟର ପ୍ରସନ୍ନ କୁମାର ପାଣି, କୋରାପୁଟ ନନ୍ଦପୁର ବ୍ଲକ୍‌ର ଦାୟିତ୍ବରେ ଥିବା ପୂର୍ବତନ ଜୁନିଅର ଇଞ୍ଜିନିୟର ଦୁଷ୍ମନ୍ତ କୁମାର ନାୟକ, ଭୁବନେଶ୍ବର ଓବିସିସିର ପୂର୍ବତନ ସିନିଅର ମ୍ୟାନେଜର(ଟେଣ୍ଡର) ସୋମନାଥ ପଣ୍ଡା, ଭୁବନେଶ୍ବର ଆଇଆରସି ଭିଲେଜ ମେଣ୍ଟେନାନ୍‌ସ ସେକ୍‌ସନର ପୂର୍ବତନ ଜୁନିଅର ଇଞ୍ଜିନିୟର କୁଞ୍ଜବିହାରୀ ମହାପାତ୍ର, ତାଳଚେର ମ୍ୟୁନିସପାଲ୍ଟିର ପୂର୍ବତନ ଟ୍ୟାକ୍ସ କଲେକ୍ଟର କ୍ଷୀରୋଧ ଚନ୍ଦ୍ର ରାଉତ, ବୌଦ୍ଧ ଫରେଷ୍ଟ ଡିଭିଜନର ପୂର୍ବତନ ରେଞ୍ଜ ଅଫିସର ତଥା ବର୍ତ୍ତମାନ ସୁନ୍ଦରଗଡ ବଡଗାଁ ରେଞ୍ଜରେ ଅବସ୍ଥାପିତ ଫରେଷ୍ଟ ରେଞ୍ଜର ଦିଲ୍ଲିପ କୁମାର ଦିଗଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି |

Share

Leave a Reply

Your email address will not be published. Required fields are marked *

4 + six =