ରାଜ୍ୟ

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ । ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ । ରାଜଧାନୀ ଭୂବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୁଶାନ୍ତ ସିଂଙ୍କ ପରଲୋକ ହୋଇଛି । ସୁଶାନ୍ତ ସିଂହ ଦୀର୍ଘଦିନ ଧରି ଗୁରୁତର ଅସୁସ୍ଥତାରେ ପୀଡ଼ିତ ଥିଲେ । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଥିଲା, କିନ୍ତୁ ଆଜି ସକାଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଆହୁରି ଖରାପ ହୋଇଥିଲା ଏବଂ ଡାକ୍ତରଙ୍କ ସମସ୍ତ ପ୍ରୟାସ ସତ୍ତ୍ୱେ ତାଙ୍କୁ ବଞ୍ଚାଇ ପାରିଲେ ନାହିଁ ।

୨୦୦୯ , ୨୦୧୪ , ୨୦୧୯ , ତିନି ଥର ଭଟଲି ନିର୍ବାଚନମଣ୍ଡଳୀ ର ବିଧାୟକ ଥିଲେ ସୁଶାନ୍ତ ସିଂ । ୨୦୨୪ ବିଧାନସଭା ନିର୍ବାଚନରେ ବିଜେପିର ଇରାଶିଷ ଆଚାର୍ଯ୍ୟଙ୍କ ଠାରୁ ପରାଜୟ ହୋଇଥିଲି ସୁଶାନ୍ତ । ତାଙ୍କର ରାଜନୈତିକ ଜୀବନରେ ସାଧାରଣ ଲୋକଙ୍କ ସେବା ଏବଂ ବିକାଶମୂଳକ କାର୍ଯ୍ୟ ପାଇଁ ସେ ପରିଚିତ ଥିଲେ । ଶୋକ ତାଙ୍କ ଦେହାନ୍ତ ଖବର ପାଇ ରାଜ୍ୟର ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି । ବିଜେଡି ସମେତ ବିଭିନ୍ନ ଦଳର ନେତାମାନେ ତାଙ୍କ ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

Share

Leave a Reply

Your email address will not be published. Required fields are marked *

eleven + eighteen =