ରାଜ୍ୟ

ବଢ଼ିଲାଣି ଖରା, ଅସ୍ତବ୍ୟସ୍ତ କରୁଛି ଗୁଳୁଗୁଳି

ଆସନ୍ତା ମଙ୍ଗଳବାର ଯାଏ ରାଜ୍ୟରେ ଗ୍ରୀଷ୍ମଲହରୀ ହୋଇପାରେ । ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ଖରା ଓ ତାତି ଅନୁଭୂତ ହେବ । ଏଭଳି ଆକଳନ କରିଛି ପାଣିପାଗ ବିଭାଗ । ସୋମବାରଠାରୁ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ବଢ଼ିବ ବୋଲି ଆକଳନରେ କୁହାଯାଇଛି । ଆଜି ସକାଳେ ବିଭିନ୍ନ ସ୍ଥାନରେ କୁହୁଡି ଦେଖିବାକୁ ମିଳିଛି ।

ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଭୀଷଣ ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇପାରେ । ୧୩ ତାରିଖ ମଧ୍ୟ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ଗରମ ହେବ । ସମ୍ବଲପୁର, ବଲାଙ୍ଗିର ଓ ବରଗଡ଼ରେ ଗ୍ରୀଷ୍ମଲହରୀ ରହିପାରେ । ୧୪ ତାରିଖ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଭୀଷଣ ଗରମ ଓ ଗୁଳୁଗୁଳି ହୋଇପାରେ । ସମ୍ବଲପୁର, ବଲାଙ୍ଗିର ଓ ବରଗଡ଼ରେ ଗ୍ରୀଷ୍ମଲହରୀ ଜାରି ରହିବ । ୧୫ ଓ ୧୬ ତାରିଖରେ ବି ଗରମରୁ ତ୍ରାହି ମିଳିବନି ।

Share

Leave a Reply

Your email address will not be published. Required fields are marked *

fourteen − one =