ମୟୂରଭଞ୍ଜରେ ଲଜ୍ଜା: ପ୍ରଧାନ ଶିକ୍ଷକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ
ମୟୂରଭଞ୍ଜରେ ଲଜ୍ଜା। ପ୍ରଧାନ ଶିକ୍ଷକଙ୍କ ନାମରେ ଯୌନ ଉତ୍ପୀଡ଼ନ ଅଭିଯୋଗ। ବାଙ୍ଗିରିପୋଷି ବ୍ଲକ ଅଞ୍ଚଳର ଏକ ସ୍କୁଲ ଘଟଣା ମନରୁ ନ ଲିଭୁଣୁ ଆଉ ଜଣେ ପ୍ରଧାନ ଶିକ୍ଷକଙ୍କ କଳା କାରନାମା ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ଗତ ସେପ୍ଟେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ଜଣେ ପ୍ରଧାନଶିକ୍ଷକ ଶ୍ରୀକୃଷ୍ଣ ପାତ୍ର ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ତାଙ୍କ କାର୍ଯ୍ୟାଳୟର କବାଟ ଝରକା ବନ୍ଦ କରିବାକୁ ଡାକି କାର୍ଯ୍ୟାଳୟ ଭିତରେ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା।
ପୀଡିତା ଜଣଙ୍କ ଘଟଣା ବିଷୟରେ ହଷ୍ଟେଲର ଦୁଇ ଜଣ ମାଟ୍ରନଙ୍କୁ କହିବା ପରେ ବି ସେମାନେ ଏହାକୁ ଚାପିଦେବାକୁ ଉଦ୍ୟମ କରିଥିଲେ। ଗତକାଲି ଫୋନ୍ ଯୋଗେ ପୀଡ଼ିତା ଛାତ୍ରୀ ତାଙ୍କ ଅବିଭାବକଙ୍କୁ ଏନେଇ ଜଣାଇବା ପରେ ପ୍ରଧାନଶିକ୍ଷକଙ୍କ କଳାକାରନାମା ସାମ୍ନାକୁ ଆସିଛି। ଏ ଘଟଣାକୁ ନେଇ ରରୁଆଁ ଥାନାରେ ପ୍ରଧାନଶିକ୍ଷକ ଶ୍ରୀକୃଷ୍ଣ ପାତ୍ରଙ୍କ ନାମରେ ଏକ ଲିଖିତ ଅଭିଯୋଗ କରିଛନ୍ତି ପୀଡିତା ଛାତ୍ରୀଙ୍କ ପରିବାର। ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କୁ ବାରିପଦାରୁ ଗିରଫ କରିଛି ପୋଲିସ ।

