ରାଜ୍ୟ

ରାଜରାସ୍ତାରେ ବିଜେଡିର ପ୍ରତିବାଦ

ରାଜରାସ୍ତାରେ ବିଜେଡିର ପ୍ରତିବାଦ । ବିଜୁ ମହିଳା, ଯୁବ ଏବଂ ଛାତ୍ର ଜନତା ଦଳ ତରଫରୁ ମାଷ୍ଟର କ୍ୟାଣ୍ଟିନ ଛକରେ ପ୍ରତିବାଦ । ରନ୍ଧନ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ ଆନ୍ଦୋଳନ କରିଛି ବିଜେଡି । ଅଭିନବ ଢଙ୍ଗରେ ରାସ୍ତାରେ ଚୁଲି ଜାଳି ପ୍ରତିବାଦ କଲା ବିଜୁ ମହିଳା ଜନତା ଦଳ । ଡବଲ ଇଂଜିନ ରାଜ୍ୟବାସୀଙ୍କୁ ଡବଲ ଧୋକା ଦେଇଛି ବୋଲି ଅଭିଯୋଗ ଆଣିଛି ବିଜେଡି । ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି କହିଛି ଦଳ । ସମସ୍ତ ଜିଲ୍ଲାର କଲେକ୍ଟର ଅଫିସ ସମ୍ମୁଖରେ ଆନ୍ଦୋଳନ କରାଯିବା ସହ ବିଧାନସଭା ଘେରାଉ କରିବାକୁ ଚେତାବନୀ ଦେଇଛି ବିଜେଡି।

ଅନ୍ୟପଟେ ଗତକାଲି ରିପୋର୍ଟରୁ ଜଣାପଡିଥିଲା ଯେ, ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଇନ୍ଧନ ଗ୍ୟାସର ଅଭାବ। ଦୁଇ ଦିନ ମଧ୍ୟରେ ଭୁବନେଶ୍ୱରରେ ହୋଟେଲ ଓ ରେଷ୍ଟୁରାଣ୍ଟ ବନ୍ଦ ଆରମ୍ଭ ହେବ । ଏଭଳି କିଛି ଆଶଙ୍କା କଲେଣି ଭୁବନେଶ୍ବର ହୋଟେଲ ଏବଂ ରେଷ୍ଟୁରାଣ୍ଟ ଆସୋସିଏସନ୍ । ବର୍ତ୍ତମାନ ପ୍ରାୟ ୨୦ ପ୍ରତିଶତ କମର୍ସିଆଲ ଗ୍ୟାସ ସପ୍ଲାଏ ବନ୍ଦ କରାଯାଇଛି । ଏଥିପାଇଁ ହୋଟେଲ ଓ ରେଷ୍ଟୁରାଣ୍ଟ ମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଦେଶର ବଡ଼ ବଡ଼ ସହର ସବୁରେ ବର୍ତ୍ତମାନ ହୋଟେଲ ବନ୍ଦ ହେବା ଆରମ୍ଭ ହେଲାଣି । ଏହିଭଳି ସ୍ଥିତି ଲାଗି ରହିଲେ ଆସନ୍ତା ୨ ଦିନ ମଧ୍ୟରେ ଭୁବନେଶ୍ୱରରେ ମଧ୍ୟ ସମାନ ଅବସ୍ଥା ଦେଖିବାକୁ ମିଳିବ ।

Share

Leave a Reply

Your email address will not be published. Required fields are marked *

2 + fourteen =