ରାଜ୍ୟରେ ୧୦ ଯାଏ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି ୨ଟି ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୮ଟି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଓ ୧୦ଟି ଜିଲ୍ଲା ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲାକୁ ରେଡ୍‌ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଳଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଜପତି ଓ ଗଞ୍ଜାମ। ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର।

ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୦ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Share

Leave a Reply

Your email address will not be published. Required fields are marked *

2 × four =